ଶରଣାର୍ଥୀଙ୍କୁ ଶରଣ ଦେବାରେ ଏସିଆର ଶ୍ରେଷ୍ଠ ୩ ଦେଶ ମଧ୍ୟରେ ଭାରତ ସ୍ଥାନୀତ, ଜାତିସଂଘ ରିପୋର୍ଟ…

ଜେନେଭା,୨୧।୭ : ଶରଣାର୍ଥୀଙ୍କୁ ଶରଣ ଦେବାରେ ୨୦୨୦ରେ ଦକ୍ଷିଣ ପୂର୍ବ ଏସିଆ ଅଞ୍ଚଳର ଶ୍ରେଷ୍ଠ ତିନୋଟି ଦେଶ ମଧ୍ୟରେ ଭାରତ ସ୍ଥାନ ପାଇଛି। ପ୍ରକାଶିତ ଏକ ବିଶ୍ୱସ୍ତରୀୟ ରିପୋର୍ଟରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏହି ସୂଚନା ଦେଇଛି। ଶରଣାର୍ଥୀ ଏବଂ ପ୍ରବାସୀଙ୍କ ସ୍ବାସ୍ଥ୍ୟ ଉପରେ ପ୍ରକାଶିତ ପ୍ରଥମ ରିପୋର୍ଟରେ ଦର୍ଶାଯାଇଛି ଯେ ପୃଥିବୀର ପ୍ରତି ଆଠ ଜଣଙ୍କ ମଧ୍ୟରୁ ଜଣେ ପ୍ରବାସୀ। ସେମାନଙ୍କ ଜନସଂଖ୍ୟା ପ୍ରାୟ ଶହେ କୋଟି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମହାନିର୍ଦ୍ଦେଶକ ଡକ୍ଟର ଟେଡ୍ରୋସ ଅଧାନମ ଘେବ୍ରେୟସସ କହିଛନ୍ତି ଯେ ଏହା ହେଉଛି ପ୍ରଥମ ରିପୋର୍ଟ ଯାହା ବିଶ୍ୱ ସ୍ତରରେ ଶରଣାର୍ଥୀ ଏବଂ ପ୍ରବାସୀଙ୍କ ସ୍ବାସ୍ଥ୍ୟ ସମୀକ୍ଷା ଆଧାରରେ ପ୍ରକାଶିତ ହୋଇଛି।

ରିପୋର୍ଟ ଅନୁଯାୟୀ, ଦକ୍ଷିଣ ପୂର୍ବ ଏସିଆ ଅଞ୍ଚଳର ଭାରତ, ବାଂଲାଦେଶ ଏବଂ ଥାଇଲାଣ୍ଡ ଶରଣାର୍ଥୀଙ୍କୁ ଣରଣ ଦେବାରେ ଶୀର୍ଷ ତିନୋଟି ଦେଶ ର ମାନ୍ୟତା ହାସଲ କରିଛନ୍ତି। ଭାରତରେ ଥିବା ୪୮,୭୮,୭୦୪ ଅନ୍ତର୍ଜାତୀୟ ପ୍ରବାସୀଙ୍କ ମଧ୍ୟରେ ୨,୦୭,୩୩୪ ଶରଣାର୍ଥୀ ଅଛନ୍ତି। ଏହା ଦେଶର ସମୁଦାୟ ଜନସଂଖ୍ୟାର ୦.୪ ପ୍ରତିଶତ। ପ୍ରବାସୀମାନଙ୍କ ମଧ୍ୟରୁ ଶରଣାର୍ଥୀଙ୍କ ସଂଖ୍ୟା ୪.୨ ପ୍ରତିଶତ ରହିଛି।

ମିଳିତ ଜାତିସଂଘ ଅନୁଯାୟୀ, ପୃଥିବୀର ବିଭିନ୍ନ ସ୍ଥାନରୁ ଉତ୍ତର ଆମେରିକାକୁ ଲୋକଙ୍କ ସ୍ଥାନାନ୍ତରଣ ଚାଲିଛି। ଏମାନଙ୍କ ମଧ୍ୟରୁ ଅଧିକାଂଶ ଆମେରିକା ଏବଂ ଏସିଆର ଅନ୍ୟ ଅଞ୍ଚଳର ଲୋକ ଅଧିକ ଅଛନ୍ତି। ସେମାନଙ୍କ ମଧ୍ୟରେ ବିଶେଷକରି ଚାଇନା, ଭାରତ ଏବଂ ଫିଲିପାଇନ୍ସର ଲୋକଙ୍କ ସଂଖ୍ୟା ଅଧିକ। ରିପୋର୍ଟ ଅନୁଯାୟୀ, ୨୦୨୦ରେ ଆମେରିକାରେ ସର୍ବାଧିକ ସ୍ଥାନାନ୍ତରଣ ହୋଇଥିଲା ଏବଂ ସମୁଦାୟ ପ୍ରବାସୀଙ୍କ ମଧ୍ୟରୁ ୧୮ ପ୍ରତିଶତ ଅର୍ଥାତ୍‌ ୫୧ ନିୟୁତ ସେଠାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri