Posted inଖେଳ

ଭାରତ ଚାମ୍ପିୟନ

ଭୁବନେଶ୍ୱର, ୧୯।୬(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଇଣ୍ଟର କଣ୍ଟିନେଣ୍ଟାଲ କପ୍‌ ଚତୁଃରାଷ୍ଟ୍ରୀୟ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଭାରତ ୨-୦ ଗୋଲରେ ଲେବାନନ୍‌କୁ ପରାସ୍ତ କରିଛି। ମ୍ୟାଚ୍‌ର ୪୬ତମ ମିନିଟ୍‌ରେ ଅଧିନାୟକ ସୁନୀଲ ଛେତ୍ରୀ ଏବଂ ୬୬ତମ ମିନିଟ୍‌ରେ ଲାଲିଆଞ୍ଜୁଲା ଚାଙ୍ଗ୍‌ଟେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତିଥିଭାବେ ଯୋଗଦେଇ ଭାରତୀୟ ଦଳର ଅଧିନାୟକ ସୁନୀଲ ଛେତ୍ରୀଙ୍କୁ ଚାମ୍ପିୟନ ଟ୍ରଫି ପ୍ରଦାନ କରିଥିଲେ। ସର୍ବଭାରତୀୟ ଫୁଟ୍‌ବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ସଭାପତି କଲ୍ୟାଣ ଚୌବେ, ମହାସଚିବ ଶାଜି ପ୍ରଭାକରନ, ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା ସମ୍ପାଦକ ଆଶୀର୍ବାଦ ବେହେରା ପଦକ ଓ ଅନ୍ୟ ପୁରସ୍କାର ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, କ୍ରୀଡ଼ା ସଚିବ ଆର୍‌. ଭିନିଲ କ୍ରିଷ୍ଣା ଓ କ୍ରୀଡ଼ା ବିଭାଗର ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାମ୍ପିୟନ ଭାରତୀୟ ଦଳପାଇଁ ୧ କୋଟି ଟଙ୍କା ପୁରସ୍କାର ଘୋଷଣା କରିଥିଲେ। ”ସମ୍ମାନଜନକ ଇଣ୍ଟରକଣ୍ଟିନେଣ୍ଟଲ କପ୍‌ ଆୟୋଜନ କରିବା ଆମ ରାଜ୍ୟପାଇଁ ଗୌରବର କଥା। କଡ଼ା ଚ୍ୟାଲେଞ୍ଜ ପରେ ଚାମ୍ପିୟନ ହୋଇଥିବା ଭାରତୀୟ ଦଳକୁ ଅଭିନନ୍ଦନ। ଅଧିକରୁ ଅଧିକ ଫୁଟବଲ ଇଭେଣ୍ଟ ଓଡ଼ିଶାରେ ଆୟୋଜନ ସହ ରାଜ୍ୟ ଏବଂ ଭାରତରେ ଏହି କ୍ରୀଡ଼ାର ବିକାଶ ଆମର ଅଭିଳାଷ“ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ଚାମ୍ପିୟନ ଭାରତୀୟ ଦଳକୁ ୫୦,୦୦୦ ଆମେରିକୀୟ ଡଲାର (୪୧ ଲକ୍ଷ ଟଙ୍କା), ରନରଅପ୍‌ ଲେବାନନକୁ ୨୫,୦୦୦ ଆମେରିକୀୟ ଡଲାର (୨୦ ଲକ୍ଷ ୪୮ହଜାର)ଟଙ୍କା ପୁରସ୍କାର ଆକାରରେ ପ୍ରଦାନ କରାଯାଇଥିଲା। ସେହିପରି ହିରୋ ଅଫ୍‌ ଦି ଟୁର୍ନାମେଣ୍ଟ ସନ୍ଦେଶ ଝିଙ୍ଗାନ୍‌ଙ୍କୁ ୧,୫୦,୦୦୦ଟଙ୍କା ପୁରସ୍କୃତ କରାଯାଇଥିଲା। ଗୋଟିଏ ଗୋଲ ସ୍କୋର କରିବା ସହ ଅନ୍ୟ ଗୋଲଟିରେ ଆସିଷ୍ଟ କରିଥିବା ଚାଙ୍ଗ୍‌ଟେ ହିରୋ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଖାଲେଦା ଜିଆ କରିଥିଲେ ନାମାଙ୍କନ, ଏବେ ଆଲୋଚନା ପୁଅଙ୍କୁ ମିଳିବକି ସହାନୁଭୁତି? ଜାଣନ୍ତୁ ବାଂଲାଦେଶ ରାଜନୀତିର…

ଢାକା,୩୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ବାଂଲାଦେଶରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ମୃତ୍ୟୁକୁ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଭୟଙ୍କର ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ବଡ଼ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଅଲମୋରା ଜିଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଘାଇକୁ ଖସି ଯାଇଥିଲା ।...

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି।...

ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…

ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri