Posted inଖେଳ

ଭାରତ ଚାମ୍ପିୟନ

ବେଙ୍ଗାଲୁରୁ,୫।୭: ସାଫ୍‌ ଫୁଟବଲ ଚାମ୍ପିୟନଶିପ୍‌ର ୧୪ତମ ସଂସ୍କରଣରେ ଭାରତ ଚାମ୍ପିୟନ ହୋଇଛି। ମଙ୍ଗଳବାର ଅନୁଷ୍ଠିତ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ଭାରତ ପେନାଲ୍ଟି ଶୁଟ୍‌ ଆଉଟ ୫-୪ ଗୋଲରେ କୁଏଟ୍‌କୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ ଖେଳ ୧-୧ ଗୋଲରେ ବରାବର ରହିଥିଲା। କୁଏଟ୍‌ ପକ୍ଷରୁ ଶବିବ ଅଲ୍‌ ଖାଲ୍‌ଦି ୧୪ତମ ମିନିଟରେ ଗୋଲ ଦେଇ ଦଳକୁ ଅଗ୍ରଣୀ କରିଥିଲେ। ୩୮ତମ ମିନିଟରେ ଭାରତର ଲାଲିଆଞ୍ଜୁଆଲା ଚାଙ୍ଗଟେ ଗୋଲଟିକୁ ପରିଶୋଧ କରି ଦେଇଥିଲେ। ଏହାପରେ ନିର୍ଦ୍ଧାରିତ ସମୟ ଏବଂ ଅତିରିକ୍ତ ସମୟର ଖେଳରେ ଆଉ ଗୋଲ ହୋଇପାରି ନ ଥିଲା। ଫଳାଫଳ ନିର୍ଣ୍ଣୟ ପାଇଁ ପେନାଲ୍ଟି ଶୁଟ୍‌ ଆଉଟର ସହାୟତା ନିଆ ଯାଇଥିଲା। ଏହି ପର୍ଯ୍ୟାୟରେ ଭାରତ ୫ଟି ଗୋଲ ଦେଇଥିବାବେଳେ କୁଏଟ୍‌ ୪ଟି ଗୋଲ ସ୍କୋର କରିବାରେ ସକ୍ଷମ ହୋଇଥିଲା। ଏହାକୁ ମିଶାଇ ଭାରତ ୯ମ ଥରପାଇଁ ସାଫ୍‌ କପ୍‌ ବିଜେତା ହୋଇଛି। ପୂର୍ବରୁ ୧୯୯୩, ୧୯୯୭, ୧୯୯୯, ୨୦୦୫, ୨୦୦୯, ୨୦୧୧, ୨୦୧୫ ଓ ୨୦୨୧ରେ ଭାରତ ଚାମ୍ପିୟନ ହୋଇଥିଲା। ଏଥିସହ ଗତ ସଂସ୍କରଣର ଚାମ୍ପିୟନ ଭାରତ ଏଥର ଟାଇଟଲ ବଜାୟ ରଖିବାରେ ସକ୍ଷମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri