Posted inଖେଳ

ଭାରତ ଚାମ୍ପିୟନ

ଭୁବନେଶ୍ୱର, ୧୯।୬(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଇଣ୍ଟର କଣ୍ଟିନେଣ୍ଟାଲ କପ୍‌ ଚତୁଃରାଷ୍ଟ୍ରୀୟ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଭାରତ ୨-୦ ଗୋଲରେ ଲେବାନନ୍‌କୁ ପରାସ୍ତ କରିଛି। ମ୍ୟାଚ୍‌ର ୪୬ତମ ମିନିଟ୍‌ରେ ଅଧିନାୟକ ସୁନୀଲ ଛେତ୍ରୀ ଏବଂ ୬୬ତମ ମିନିଟ୍‌ରେ ଲାଲିଆଞ୍ଜୁଲା ଚାଙ୍ଗ୍‌ଟେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତିଥିଭାବେ ଯୋଗଦେଇ ଭାରତୀୟ ଦଳର ଅଧିନାୟକ ସୁନୀଲ ଛେତ୍ରୀଙ୍କୁ ଚାମ୍ପିୟନ ଟ୍ରଫି ପ୍ରଦାନ କରିଥିଲେ। ସର୍ବଭାରତୀୟ ଫୁଟ୍‌ବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ସଭାପତି କଲ୍ୟାଣ ଚୌବେ, ମହାସଚିବ ଶାଜି ପ୍ରଭାକରନ, ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା ସମ୍ପାଦକ ଆଶୀର୍ବାଦ ବେହେରା ପଦକ ଓ ଅନ୍ୟ ପୁରସ୍କାର ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, କ୍ରୀଡ଼ା ସଚିବ ଆର୍‌. ଭିନିଲ କ୍ରିଷ୍ଣା ଓ କ୍ରୀଡ଼ା ବିଭାଗର ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାମ୍ପିୟନ ଭାରତୀୟ ଦଳପାଇଁ ୧ କୋଟି ଟଙ୍କା ପୁରସ୍କାର ଘୋଷଣା କରିଥିଲେ। ”ସମ୍ମାନଜନକ ଇଣ୍ଟରକଣ୍ଟିନେଣ୍ଟଲ କପ୍‌ ଆୟୋଜନ କରିବା ଆମ ରାଜ୍ୟପାଇଁ ଗୌରବର କଥା। କଡ଼ା ଚ୍ୟାଲେଞ୍ଜ ପରେ ଚାମ୍ପିୟନ ହୋଇଥିବା ଭାରତୀୟ ଦଳକୁ ଅଭିନନ୍ଦନ। ଅଧିକରୁ ଅଧିକ ଫୁଟବଲ ଇଭେଣ୍ଟ ଓଡ଼ିଶାରେ ଆୟୋଜନ ସହ ରାଜ୍ୟ ଏବଂ ଭାରତରେ ଏହି କ୍ରୀଡ଼ାର ବିକାଶ ଆମର ଅଭିଳାଷ“ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ଚାମ୍ପିୟନ ଭାରତୀୟ ଦଳକୁ ୫୦,୦୦୦ ଆମେରିକୀୟ ଡଲାର (୪୧ ଲକ୍ଷ ଟଙ୍କା), ରନରଅପ୍‌ ଲେବାନନକୁ ୨୫,୦୦୦ ଆମେରିକୀୟ ଡଲାର (୨୦ ଲକ୍ଷ ୪୮ହଜାର)ଟଙ୍କା ପୁରସ୍କାର ଆକାରରେ ପ୍ରଦାନ କରାଯାଇଥିଲା। ସେହିପରି ହିରୋ ଅଫ୍‌ ଦି ଟୁର୍ନାମେଣ୍ଟ ସନ୍ଦେଶ ଝିଙ୍ଗାନ୍‌ଙ୍କୁ ୧,୫୦,୦୦୦ଟଙ୍କା ପୁରସ୍କୃତ କରାଯାଇଥିଲା। ଗୋଟିଏ ଗୋଲ ସ୍କୋର କରିବା ସହ ଅନ୍ୟ ଗୋଲଟିରେ ଆସିଷ୍ଟ କରିଥିବା ଚାଙ୍ଗ୍‌ଟେ ହିରୋ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri