ଏସିଆ ଅର୍ଥନୀତିରେ ଭାରତ ସବୁଠୁ ଶକ୍ତିଶାଳୀ

ନୂଆଦିଲ୍ଲୀ,୧୨।୮:ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଭାରତ ଏସିଆର ସବୁଠାରୁ ଶକ୍ତିଶାଳୀ ଅର୍ଥନୀତି ପାଲଟିବ। ଏପରିକି ଅର୍ଥନୈତିକ ପଲିସି ସଂସ୍କାର ବଳରେ ଘରୋଇ ଚାହିଦା ବଢ଼ାଇବା ଲାଗି ଭାରତ ଭଲ ଭାବେ ପ୍ରସ୍ତୁତ କରୁଛି ବୋଲି ମୋର୍ଗାନ ଷ୍ଟାନ୍‌ଲେ ତା’ର ବାର୍ଷିକ ରିପୋର୍ଟରେ ପ୍ରକାଶ କରିଛି। ଯୁବ କାର୍ଯ୍ୟବଳ ଏବଂ ନିବେଶ ଭାରତୀୟ ଅର୍ଥନୀତି ପାଇଁ ବରଦାନ ସାବ୍ୟସ୍ତ ହେବ ବୋଲି ସଂସ୍ଥା ଉକ୍ତ ରିର୍ପୋଟରେ ଉଲ୍ଲେଖ କରିଛି। ସେହିଭଳି ୨୦୨୨-୨୩ ଆର୍ଥିକ ବର୍ଷରେ ଭାରତର ହାରାହାରି ଅଭିବୃଦ୍ଧି ୭% ରହିବ। ଏସିଆ ଏବଂ ବିଶ୍ୱ ଅଭିବୃଦ୍ଧିକୁ ଏହା ଯଥାକ୍ରମେ ୨୮% ଏବଂ ୨୨% ଯୋଗଦାନ ଦେବ ବୋଲି ମୋର୍ଗାନ ଷ୍ଟାନ୍‌ଲେର ବରିଷ୍ଠ ଅର୍ଥନୀତିଜ୍ଞମାନେ ମତ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ୨୦୨୧-୨୨ ଆର୍ଥିକବର୍ଷରେ ଏସିଆର ତୃତୀୟ ବୃହତ୍‌ ଅର୍ଥନୀତି ଭାବେ ଭାରତ ୯.୨% ବଢ଼ିଥିଲା। ହେଲେ କୋଭିଡ୍‌-୧୯ ଯୋଗୁ ଅର୍ଥନୀତିରୁ ଦେଶ ମୁକୁଳିଥିଲା। ଫଳରେ ମହାମାରୀ ପ୍ରଭାବରେ ୨୦୨୦-୨୧ରେ ଭାରତୀୟ ଅର୍ଥବ୍ୟବସ୍ଥା ୬.୬% ସଙ୍କୁୁଚିତ ହୋଇଥିଲା। ତେବେ ଅର୍ଥନୀତି ଏବେ ଠିକ୍‌ ଦିଗରେ ରହିଛି। ଦେଶର ନୀତିଗତ ସଂସ୍କାର ପ୍ରଗତିଶୀଳ ରହିଛି। ଏଭଳି ସ୍ଥିତିରେ ଚଳିତ ଆର୍ଥିକ ବର୍ଷ ଭାରତୀୟ ଅର୍ଥନୀତି ଏସିଆର ଶକ୍ତିଶାଳୀ ଅର୍ଥବ୍ୟବସ୍ଥା ହେବ ବୋଲି ମୋର୍ଗାନ ଷ୍ଟାନ୍‌ଲେ ପ୍ରକାଶ କରିଛି। ସେହିପରି ୨୦୨୨-୨୩ରେ ଭାରତୀୟ ଅର୍ଥନୀତି ୮ରୁ ୮.୫% ବଢ଼ିବ ବୋଲି ଦେଶ ପୂର୍ବାନୁମାନ କରିଛି। ଅପରପକ୍ଷରେ ନିମ୍ନ କମ୍ପାନୀ ଟିକସ, ଉତ୍ପାଦନ ସଂଯୁକ୍ତ ପ୍ରୋତ୍ସାହନ ସ୍କିମ୍‌ (ପିଏଲ୍‌ଆଇ), ଯୋଗାଣ ଶୃଙ୍ଖଳ କ୍ଷେତ୍ରରେ ବିବିଧତା ଘରୋଇ ଚାହିଦା ବଜାୟ ରଖିବ ବୋଲି ମୋର୍ଗାନ ଷ୍ଟାନ୍‌ଲେର ଅର୍ଥନୀତିଜ୍ଞମାନେ ମତ ପ୍ରକାଶ କରିଛନ୍ତି। ସମ୍ପ୍ରତି ଆମେରିକା ଏବଂ ୟୁରୋପୀୟ ଦେଶଗୁଡ଼ିକରେ ପ୍ରତିକୂଳ ପରିସ୍ଥିତି ସାଙ୍ଗକୁ ମୁଦ୍ରାସ୍ଫୀତି ରେକର୍ଡ ସ୍ତରରେ ରହିଛି। ଏଭଳି ପରିସ୍ଥିତିରେ ମୋର୍ଗାନ ଷ୍ଟାନ୍‌ଲେ ଭାରତ ପାଇଁ ଏକ ଭଲ ଖବର ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri