Posted inଜାତୀୟ

ଭାରତ ପୃଥିବୀର ଶକ୍ତିଶାଳୀ ଦେଶ, ମୋଦିଙ୍କ କଥାରେ ବନ୍ଦ ହୋଇଥିଲା ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ…

ଜୟପୁର, ୩୦।୮ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଉଦୟପୁରରେ ପହଞ୍ଚିଛନ୍ତି। ସେ ଏଠାରେ ପନ୍ନାଧାୟ ଉଦ୍ୟାନ ଏବଂ ପ୍ରତିମୂର୍ତ୍ତିର ଲୋକାର୍ପଣ କରଛନ୍ତି। କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ରାଜନାଥ ସିଂ କହିଛନ୍ତି ଯେ ଭାରତ ବର୍ତ୍ତମାନ ବିଶ୍ୱରେ ଏକ ଶକ୍ତିଶାଳୀ ଦେଶ ହୋଇପାରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଥାରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲଡମିୟର ଜେଲେନସ୍କି ଦୁଇଦେଶ ମଧ୍ୟରେ ଚାଲିଥିବା ଯୁଦ୍ଧକୁ କିଛି ଘଣ୍ଟା ପାଇଁ ବନ୍ଦ କରିଦେଇଥିଲେ। ଏହି ସମୟରେ, ଆମେ ସେଠାରୁ ୨୨ହଜାରରୁ ଅଧିକ ଭାରତୀୟ ଛାତ୍ରୀଛାତ୍ରଙ୍କୁ ଏୟାରଲିଫ୍ଟ କରିଥିଲୁ। ଏହା କେବେ ହୋଇ ନଥିଲା ଏବଂ କେବେ ଆଗକୁ ହେବ ନାହିଁ ମଧ୍ୟ।

ରାଜନାଥ ସିଂ କହିଛନ୍ତି ଯେ ଆମ ସରକାର ଦେଶର ଆତ୍ମ ସମ୍ମାନକୁ କେବେ ବି କ୍ଷୁର୍ଣ୍ଣ ହେବାକୁ ଦେବେ ନାହିଁ। ଆମେ କେବଳ ଭାରତରେ ରହୁଥିବା ଲୋକଙ୍କ ବିଷୟରେ ଚିନ୍ତା କରୁନାହୁଁ, ଅନ୍ୟ ଦେଶରେ ରହୁଥିବା ଭାରତୀୟଙ୍କ ବିଷୟରେ ମଧ୍ୟ ଚିନ୍ତା କରୁଛୁ।

ଭାରତ ଆଜି ପର୍ଯ୍ୟନ୍ତ କୌଣସି ଦେଶ ଉପରେ ଆକ୍ରମଣ କରି ନାହିଁ। କିନ୍ତୁ ଯଦି କେହି ଦେଶକୁ ମନ୍ଦ ଆଖିରେ ଦେଖିବା ପାଇଁ ଚେଷ୍ଟା କରେ, ତେବେ ଏହାର ଉପଯୁକ୍ତ ଉତ୍ତର ଦିଆଯାଇଛି। ରାଜନାଥ ସିଂ କହିଛନ୍ତି ଯେ ୮ ବର୍ଷ ପୂର୍ବେ ଆମେ କେବଳ ୯୦୦ କୋଟି ମୂଲ୍ୟର ଅସ୍ତ୍ର ବିକ୍ରୟ କରୁଥିଲୁ, କିନ୍ତୁ ବର୍ତ୍ତମାନ ଏହା୧୩୦୦୦ କୋଟି ଟଙ୍କା ଛୁଇଁଛି । ୨୦୪୭ ସୁଦ୍ଧା ଏଏହା ୨.୭୫ ଲକ୍ଷ କୋଟି ହେବ। ୨୦୪୭ ସୁଦ୍ଧା ଅର୍ଥାତ ୨୫ବର୍ଷ ପରେ ଭାରତ ବିଶ୍ୱଗୁରୁ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?