Pahalgam Terror Attack: ପାକ୍‌କୁ ବଡ଼ ଧମକ ଦେଲା ଭାରତ, ରାଷ୍ଟ୍ରଦୂତଙ୍କୁ ପଠାଇଲା ସମନ

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଭାରତ। ଏହାରି ଭିତରେ ସବୁଠୁ ବଡ଼ ଖବର ହେଉଛି, ଭାରତ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କୁ ମଧ୍ୟ ସମନ କରିଛି। ଭାରତ ପାକିସ୍ତାନର ସାମରିକ ରାଷ୍ଟ୍ରଦୂତଙ୍କୁ ଏକ ଆନୁଷ୍ଠାନିକ ବ୍ୟକ୍ତିଗତ ନନ ଗ୍ରାଟା ନୋଟ ପ୍ରଦାନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କ୍ୟାବିନେଟ କମିଟି ଅନ ସିକ୍ୟୁରିଟି (ସିସିଏସ) ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭାରତ ପାଞ୍ଚଟି ବଡ଼ ନିଷ୍ପତ୍ତି ନେଇଛି।

ଭାରତ ଦିଲ୍ଲୀରେ ପାକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ରଦୂତ ସାଦ ଅହମ୍ମଦ ୱାରାଚଙ୍କୁ ସମନ କରିଛି। ଭାରତ ପାକିସ୍ତାନର ସାମରିକ କୂଟନୀତିଜ୍ଞଙ୍କୁ ଏକ ଆନୁଷ୍ଠାନିକ ବ୍ୟକ୍ତିଗତ ନନ ଗ୍ରାଟା ନୋଟ ପ୍ରଦାନ କରିଛି। ଦୁଇ ଦେଶ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ସମ୍ପର୍କ ମଧ୍ୟରେ ଏହି ପଦକ୍ଷେପ ନିଆଯାଇଛି।

ପହଲଗାମ୍‌ ଆକ୍ରମଣ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି (ସିସିଏସ୍‌) ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ବହିର୍ବ୍ୟାପାର ସଚିବ ବିକ୍ରମ ମିସ୍ରି ସୂଚନା ଦେଇ କହିଛନ୍ତି, ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣର ଗମ୍ଭୀରତାକୁ ହୃଦୟଙ୍ଗମ କରି ଭାରତ ପାକିସ୍ତାନ ସହ ସ୍ବାକ୍ଷରିତ ସିନ୍ଧୁ ଜଳ ଚୁକ୍ତିକୁ ତତ୍କାଳ ବାତିଲ କରିଦେଇଛି। ପାକିସ୍ତାନ ସୀମାପାର ଆତଙ୍କବାଦକୁ ସମର୍ଥନ ଦେବା ବନ୍ଦ କରିବା ନେଇ ବିଶ୍ୱସନୀୟ ପଦକ୍ଷେପ ନ ନେବା ପର୍ଯ୍ୟନ୍ତ ଏହି ଚୁକ୍ତି ପୁନଃ କାର୍ଯ୍ୟକାରୀ ହେବନାହିଁ। ସେହିପରି ଅଟ୍ଟାରୀ-ଓ୍ବାଘା ସୀମାସ୍ଥିତ ଇଣ୍ଟିଗ୍ରେଟେଡ୍‌ ଚେକ୍‌ପୋଷ୍ଟକୁ ତତ୍କାଳ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ବୈଧ ଦସ୍ତାବିଜ ବଳରେ ଯେଉଁ ପାକିସ୍ତାନୀମାନେ ଏହି ସୀମା ଦେଇ ଭାରତକୁ ଆସିଛନ୍ତି, ସେମାନେ ୨୦୨୫ ମେ’ ୧ ପର୍ଯ୍ୟନ୍ତ ଫେରିଯାଇପାରିବେ। ସାର୍କ ଭିଜା ଏକ୍‌ଜେମ୍ପଶନ୍‌ ସ୍କିମ୍‌ (ଏସ୍‌ଭିଇଏସ୍‌) ଭିଜା ବଳରେ କୌଣସି ପାକିସ୍ତାନୀ ନାଗରିକଙ୍କୁ ଭାରତକୁ ଯାତ୍ରା କରିବାକୁ ଅନୁମତି ଦିଆଯିବ ନାହିଁ। ଅତୀତରେ ପାକିସ୍ତାନୀଙ୍କୁ ଜାରି କରାଯାଇଥିବା ସମସ୍ତ ଏସ୍‌ଭିଇଏସ୍‌ ଭିଜାକୁ ରଦ୍ଦ କରାଯାଇଛି। ଏଭଳି ଭିଜାଧାରୀ ସମସ୍ତ ପାକିସ୍ତାନୀଙ୍କୁ ୪୮ ଘଣ୍ଟା ଭିତରେ ଭାରତ ଛାଡ଼ି ଚାଲିଯିବାକୁ ପଡ଼ିବ।
ସେହିପରି ନୂଆଦିଲ୍ଲୀସ୍ଥିତ ପାକିସ୍ତାନୀ ଉଚ୍ଚାୟୁକ୍ତରେ ଥିବା ପ୍ରତିରକ୍ଷା/ସାମରିକ, ନୌସେନା, ବାୟୁସେନା ପରାମର୍ଶଦାତାଙ୍କୁ ଅବାଞ୍ଛିତ ବ୍ୟକ୍ତି ରୂପେ ଘୋଷଣା କରାଯାଇଛି। ସେମାନଙ୍କୁ ସପ୍ତାହେ ଭିତରେ ଭାରତ ଛାଡ଼ିବାକୁ ପଡ଼ିବ। ଭାରତ ଇସ୍‌ଲାମାବାଦସ୍ଥିତ ଭାରତୀୟ ଉଚ୍ଚାୟୁକ୍ତରେ ଅବସ୍ଥାପିତ ନିଜ ପ୍ରତିରକ୍ଷା/ସାମରିକ, ନୌସେନା, ବାୟୁସେନା ପରାମର୍ଶଦାତାଙ୍କୁ ମଧ୍ୟ ପ୍ରତ୍ୟାହାର କରିନେବ। ଏହି ପଦବୀଗୁଡ଼ିକୁ ଉଚ୍ଛେଦ କରାଗଲା ବୋଲି ଧରାଯିବ। ସର୍ଭିସ୍‌ ଆଡ୍‌ଭାଇଜରଙ୍କ ୫ ସହାୟକ କର୍ମଚାରୀଙ୍କୁ ମଧ୍ୟ ପ୍ରତ୍ୟାହାର କରାଯିବ। ବର୍ତ୍ତମାନ ଉଚ୍ଚାୟୁକ୍ତରେ ୫୫ କର୍ମଚାରୀ ଥିବାବେଳେ ଏହାକୁ ୩୦କୁ ଖସାଇ ଦିଆଯାଇଛି, ଯାହାକି ଆସନ୍ତା ୧ ତାରିଖରୁ ଲାଗୁ ହେବ। ସିସିଏସ୍‌ରେ ସୁରକ୍ଷା ସ୍ଥିତି ସମ୍ପର୍କରେ ବିଶଦ ଆଲୋଚନା କରାଯାଇଛି। ତଦନୁସାରେ ଦେଶର ସମସ୍ତ ସୁରକ୍ଷା ବଳଙ୍କୁ ସର୍ବାଧିକ ସତର୍କତା ବଜାୟ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏବଂ ଏନ୍‌ଏସ୍‌ଏ ଅଜିତ୍‌ ଡୋଭାଲଙ୍କ ସମେତ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri