Posted inଜାତୀୟ

ଚାଇନା ବିରୋଧରେ ଭାରତକୁ ସମର୍ଥନ କଲେ ଜାପାନ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୨୮।୭: ଜାପାନର ବହିର୍ବ୍ୟାପାର ମନ୍ତ୍ରୀ ଭାରତ ଗସ୍ତରେ ଅଛନ୍ତି। ଏହି ସମୟ ମଧ୍ୟରେ ଚାଇନା ସହିତ ଚାଲିଥିବା ବିବାଦକୁ ନେଇ ଭାରତ ବହିର୍ବ୍ୟାପାର ମନ୍ତ୍ରୀଙ୍କ ସମର୍ଥନ ପାଇଛି। ସ୍ବତନ୍ତ୍ର ଏବଂ ଖୋଲା ଭାରତ-ପ୍ରଶାନ୍ତ ମହାସାଗରକୁ ସୁନିଶ୍ଚିତ କରିବାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର ବୋଲି ଜାପାନର ବହିର୍ବ୍ୟାପାର ମନ୍ତ୍ରୀ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ସୀମାରେ ସ୍ଥିତି ପରିବର୍ତ୍ତନକୁ ବରଦାସ୍ତ କରାଯାଇପାରିବ ନାହିଁ।

ସୂଚନାଯୋଗ୍ୟ, ଜାପାନର ବହିର୍ବ୍ୟାପାର ମନ୍ତ୍ରୀ ୟୋସିସାମା ହୟାଶି ଭାରତ-ଜାପାନ ଫୋରମର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବାକୁ ଭାରତ ଆସିଛନ୍ତି। ଗୁରୁବାର ନୂଆଦିଲ୍ଲୀରେ ଭାରତ-ଜାପାନ ଫୋରମର ଉଦ୍‌ଘାଟନୀ ଅଧିବେଶନରେ ଜାପାନରବହିର୍ବ୍ୟାପାର ମନ୍ତ୍ରୀ ହୟାଶି କହିଛନ୍ତି ଯେ, ଜି -୨୦ ଅଧ୍ୟକ୍ଷତାକୁ ସଫଳ କରିବା ପାଇଁ ଜାପାନ ଭାରତ ସହ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ଅପେକ୍ଷା କରିଛି। ଭାରତ ମହାସାଗରରେ ଚାଇନାର ବଢୁଥିବା ପ୍ରଭାବ ଉପରେ ହୟାଶି କହିଛନ୍ତି, ସ୍ବତନ୍ତ୍ର ଏବଂ ଖୋଲା ଭାରତ-ପ୍ରଶାନ୍ତ ମହାସାଗରକୁ ସୁନିଶ୍ଚିତ କରିବାରେ ଭାରତ ଏକ ଅପରିହାର୍ଯ୍ୟ ଅଂଶୀଦାର। ଜାପାନ କହିଛି ଯେ, ହିରୋସିମା ଶିଖର ସମ୍ମିଳନୀରେ ଜି-୭ ଦେଶ ସହମତ ହୋଇଛନ୍ତି ଯେ, ବଳପୂର୍ବକ ସ୍ଥିତି ପରିବର୍ତ୍ତନ କରିବାକୁ ଚେଷ୍ଟାକୁ ବରଦାସ୍ତ କରାଯାଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri