Posted inଖେଳ

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।

ଭାରତ-ଜାପାନ କୂଟନୈତିକ ସମ୍ପର୍କର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ଜାପାନରର ସାନୋଠାରେ ଏହି ମ୍ୟାଚ ଖେଳାଯିବ। ସେପ୍ଟେମ୍ବର ୧୯ରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ଆଇଚି-ନାଗୋୟାଠାରେ ଖେଳାଯିବ। ଏହି ମ୍ୟାଚକୁ ନେଇ ଉଭୟ ଜାପାନ କ୍ରିକେଟ ଆସୋସିଏଶନ (ଜେସିଏ)ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସେମାନଙ୍କର ଖୁସି ବ୍ୟକ୍ତ କରିଛନ୍ତି।

ଜାପାନର ତୋଚିଗି ପ୍ରିଫେକ୍‌ଚରସ୍ଥିତ ସାନୋ ଇଣ୍ଟରନ୍ୟାଶନାଲ କ୍ରିକେଟ ଗ୍ରାଉଣ୍ଡରେ ଦୁଇ ଦଳ ସୁଜୁକି କପ୍‌ ପାଇଁ ମ୍ୟାଚ ଖେଳିବେ। ଏହି ମ୍ୟାଚ ‘ସ୍ପୋଟର୍‌ସ ୭୫’ର ପ୍ରଥମ ପଦକ୍ଷେପ ହେବ। ଏହା ଏକ ପ୍ରୟାସ, ଯାହା ଜାପାନ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚି ଓ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଏକ ଶିଖର ସମ୍ମିଳନୀରେ ହୋଇଥିବା ଚୁକ୍ତିନାମାରୁ ଉତ୍ପନ ହୋଇଛି।

ଏହାର ଲକ୍ଷ୍ୟ ହେଉଛି ୨୦୩୬ରେରେ ଅଲିମ୍ପିକ ଓ ପାରାଲିମ୍ପିକ୍‌ ଗେମ୍‌ ଆୟୋଜନ ଲାଗି ଭାରତର ମହାକାଂକ୍ଷାକ ଦୃଷ୍ଟିରେ ରଖି ଭାରତ ଓ ଜାପାନ ମଧ୍ୟରେ ମାନବ ଆଦାନପ୍ରଦାନ ଏବଂ କ୍ରୀଡ଼ା କ୍ଷେତ୍ରରେ ସହଯୋଗ ପ୍ରଦାନ କରିବା ବୋଲି ଏକ ବିବୃତ୍ତିରେ କୁହାଯାଇଛି।

ମ୍ୟାଚରେ ଶ୍ରେୟସ ଆୟର ଭାରତୀୟ ଦଳର ନେତୃତ୍ୱ ନେବେ। ତିଲକ ବର୍ମା ତାଙ୍କୁ ଡେପୁଟି ଭାବେ ଦାୟିତ୍ୱ ତୁଲାଇବେ। ଦଳରେ ସ୍ଥାନ ପାଇଥିବା ପ୍ରମୁଖ ଖେଳାଳିଙ୍କ ମଧ୍ୟରେ ସଞ୍ଜୁ ସାମସନ ଓ ସ୍ବଳ୍ପ ବୟସ୍କ ପ୍ରତିଭା ବୈଭବ ସୂର୍ଯ୍ୟବଂଶୀ ଅନ୍ୟତମ।

ଭାରତ ହେଉଛି ଗତଥରର ଏସିଆନ ଗେମ ଚାମ୍ପିୟନ ଦଳ। ଚାଇନାର ହାଙ୍ଗଝୋଠାରେ ଅନୁଷ୍ଠିତ ପୂର୍ବ ସଂସ୍କରଣରେ ଦଳର ସ୍ବର୍ଣ୍ଣ ପଦକ ଲାଭ କରିଥିଲା। ଆଫଗାନିସ୍ତାନ ବିପକ୍ଷ ଫାଇନାଲ ବର୍ଷାରେ ଧୋଇଯିବାରୁ ଅନ୍ତର୍ଜାତୀୟ ଟି୨୦ ସିଡିଂ ଭିତ୍ତିରେ ଭାରତକୁ ଟାଇଟଲ ବିଜୟୀ ଘୋଷଣା କରାଯାଇଥିଲା। ଭାରତ ସେପ୍ଟେମ୍ବର ୨୮ରେ ସିଧାସଳଖ କ୍ୱାର୍ଟରଫାଇନାଲ ଖେଳି ଏସିଆନ ଗେମ୍ସରେ ଏହାର ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?