ଓଡ଼ିଶାରେ ହେବ ଭାରତ ଯୋଡ଼ୋ ଯାତ୍ରା

ଭୁବନେଶ୍ବର,୧୪ା୯(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ ହୋଇଛି। ଘୃଣା ଓ ବିଦ୍ୱେଷର ରାଜନୀତିକୁ ପରାହତ ସହ ଆକାଶଛୁଆଁ ଦରଦାମ ଓ ବେକାରି ବୃଦ୍ଧିକୁ ପ୍ରସଙ୍ଗ କରି ଏହି ଯାତ୍ରା ଚାଲିଛି। ଏହି ଯାତ୍ରାର ସଫଳତା ଦେଖି ଭାଜପା ଅସହିଷ୍ଣୁ ହୋଇଉଠିଛି। ଅଧିକରୁ ଅଧିକ ସଂଖ୍ୟାରେ ଲୋକ ଏହି ଯାତ୍ରାକୁ ସମର୍ଥନ ଜଣାଇଛନ୍ତି। ଏହି ଅବସରରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି) ପକ୍ଷରୁ ଦଳର ସମସ୍ତ ଛାମୁଆ ସଙ୍ଗଠନ, ବିଭାଗ ଓ ପ୍ରକୋଷ୍ଠର ନେତୃବୃନ୍ଦଙ୍କ ବୈଠକରେ ରାହୁଲ ଗାନ୍ଧୀଙ୍କ ଏହି ପଦଯାତ୍ରାକୁ ସମର୍ଥନ ଜଣାଇବା ସହିତ ଓଡ଼ିଶାରେ ଉକ୍ତ ଯାତ୍ରା ଆୟୋଜନ ପାଇଁ ଆଲୋଚନା ହୋଇଛି। ସେପ୍ଟେମ୍ବର ୧୮ ରେ ଭାରତ ଯୋଡ଼ୋ ଯାତ୍ରାର ଆବାହକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍‌ବିଜୟ ସିଂ, ଏଆଇସିସି ମୁଖପାତ୍ର ଜୟରାମ ରମେଶ, ଓଡ଼ିଶା ପ୍ରଭାରୀ ଏ. ଚେଲ୍ଲାକୁମାର, ସହ ପ୍ରଭାରୀ ରୁଦ୍ର ରାଜୁଙ୍କ ଉପସ୍ଥିତିରେ ଏହାର ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ ହେବ। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସଭାପତିତ୍ୱରେ ମଙ୍ଗଳବାର ଅନୁଷ୍ଠିତ ଏହି ବୈଠକରେ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସମେତ ପିସିସି ଉପସଭାପତି ଶିବାନନ୍ଦ ରାୟ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri