Posted inଜାତୀୟ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲା କେରଳ

ନୂଆଦିଲ୍ଲୀ,୨୪।୩: କେରଳ ବିଧାନସଭାରେ ଗୃହୀତ ୪ ବିଲ୍‌କୁ ମଞ୍ଜୁରୀ ନ ଦେଇ ପକାଇରଖିଥିବାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଛନ୍ତି। କେରଳର ସିପିଆଇ(ଏମ୍‌) ନେତୃତ୍ୱାଧୀନ ଏଲ୍‌ଡିଏଫ୍‌ ସରକାର ଏହି ମାମଲାରେ କେନ୍ଦ୍ର ସରକାର, ରାଷ୍ଟ୍ରପତିଙ୍କ ସଚିବ, କେରଳ ରାଜ୍ୟପାଳ ଅରିଫ ମହମ୍ମଦ ଖାନ୍‌ ଏବଂ ତାଙ୍କ ଅତିରିକ୍ତ ସଚିବଙ୍କୁ ପକ୍ଷଭୁକ୍ତ କରିଛନ୍ତି। ଆଇନଜୀବୀ ସି.କେ. ଶଶୀଙ୍କ ଜରିଆରେ ଦାଖଲ ହୋଇଥିବା ପିଟିଶନରେ କୁହାଯାଇଛି, କେରଳ ରାଜ୍ୟପାଳ ଖାନ୍‌ ୭ଟି ବିଲ୍‌କୁ ଅଟକାଇ ରଖିଛନ୍ତି। ୭ ବିଲ୍‌ରୁ କୌଣସି ଗୋଟିଏ ବି କେନ୍ଦ୍ର-ରାଜ୍ୟ ସମ୍ପର୍କ ସହ ଜଡ଼ିତ ନୁହେଁ। ରାଜ୍ୟପାଳ ବିଲ୍‌ଗୁଡ଼ିକୁ ୨ ବର୍ଷ ହେଲା ଅଟକାଇ ରଖିଥିବାରୁ ରାଜ୍ୟ ବିଧାନସଭା କାର୍ଯ୍ୟଧାରାକୁ ବିକୃତ କରିଛି ଏବଂ ଏହାର ଉପସ୍ଥିତି ପ୍ରଭାବହୀନ ହୋଇପଡ଼ିଛି। ସେଥିପାଇଁ ରାଜ୍ୟପାଳଙ୍କୁ ବେଆଇନ ଘୋଷଣା କରାଯାଉ ବୋଲି କେରଳ ସରକାର ପିଟିଶନରେ ନିବେଦନ କରିଛନ୍ତି।

ବିଲ୍‌ଗୁଡ଼ିକ ଜନସ୍ବାର୍ଥ ସମ୍ବଳିତ, ଯାହା କାର୍ଯ୍ୟକାରୀ ହୋଇଥିଲେ ଲୋକଙ୍କ ମଙ୍ଗଳ ହୋଇଥାନ୍ତା। ତେବେ ରାଜ୍ୟପାଳ ସେଗୁଡ଼ିକୁ ଚାପିରଖି ଅପ୍ରଭାବୀ କରିଦେଇଛନ୍ତି। ଅନୁଚ୍ଛେଦ ୨୦୦ର ବ୍ୟବସ୍ଥା ଅନୁଯାୟୀ ଉକ୍ତ ବିଲ୍‌ଗୁଡ଼ିକ ଯଥାସମ୍ଭବ ଶୀଘ୍ର ମଞ୍ଜୁରୀ ପାଇବା ଆବଶ୍ୟକ। ୭ ବିଲ୍‌ ମଧ୍ୟରୁ ରାଷ୍ଟ୍ରପତିଙ୍କ ପାଖରେ ୪ଟି ବିଲ୍‌ ପଡ଼ିରହିଥିବା ଗତ ଫେବୃଆରୀ ୨୩ ଏବଂ ୨୯ରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଜଣାଇଥିଲା। ସେହି ବିଲ୍‌ଗୁଡ଼ିକ ହେଲା, ବିଶ୍ୱବିଦ୍ୟାଳୟ ଆଇନ(ସଂଶୋଧନ)(୨ ନମ୍ବର) ବିଲ୍‌, ୨୦୨୧, କେରଳ କୋ-ଅପରେଟିଭ୍‌ ସୋସାଇଟିଜ୍‌ (ସଂଶୋଧନ) ବିଲ୍‌, ୨୦୨୨, ବିଶ୍‌ବିଦ୍ୟାଳୟ ଆଇନ (ସଂଶୋଧନ) ବିଲ୍‌, ୨୦୨୨ ଏବଂ ବିଶ୍ୱବିଦ୍ୟାଳୟ ଆଇନ (ସଂଶୋଧନ) (୩ ନମ୍ବର) ବିଲ୍‌, ୨୦୨୨। କୌଣସିି କାରଣ ନ ଦର୍ଶାଇ ବିଲ୍‌ଗୁଡ଼ିକୁ
ରାଷ୍ଟ୍ରପତି ମଞ୍ଜୁରୀ ପ୍ରଦାନ ନ କରିବାକୁ ଅସାମ୍ବିଧାନିକ ଘୋଷଣା କରାଯାଉ ବୋଲି ପିଟିଶନରେ ନିବେଦନ କରାଯାଇଛି। ତେବେ ରାଜ୍ୟ ବିଧାନସଭାରେ ଗୃହୀତ ବିଲ୍‌କୁ ମଞ୍ଜୁରୀ ପ୍ରଦାନ କରିବା ବା ମଞ୍ଜୁରୀ ଦେବାକୁ ମନା କରିବା ପାଇଁ ରାଷ୍ଟ୍ରପତି କେତେ ସମୟ ନେବେ ଏବଂ ରାଷ୍ଟ୍ରପତିଙ୍କ ବିଚାର ନିମନ୍ତେ ପଠାଯିବାକୁ କେତେ ସମୟ ଲାଗିବ, ସେ ନେଇ ସମ୍ବିଧାନରେ କିଛି କୁହାଯାଇ ନାହିଁ। ସମ୍ବିଧାନର ଅନୁଚ୍ଛେଦ ୩୬୧ ଅନୁଯାୟୀ ରାଷ୍ଟ୍ରପତି କିମ୍ବା ରାଜ୍ୟର ରାଜ୍ୟପାଳ ସେମାନଙ୍କ କ୍ଷମତାର ପ୍ରଦର୍ଶନ ଏବଂ କର୍ତ୍ତବ୍ୟ ସମ୍ପାଦନ ନେଇ କୌଣସି ଅଦାଲତଙ୍କ ନିକଟରେ ଉତ୍ତରଦାୟୀ ନୁହନ୍ତି। ୨୦୧୭ରେ ତତ୍କାଳୀନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିରୋଧରେ ଅନିନ୍ଦିତା ନାମ୍ନୀ ମହିଳାଙ୍କ ସମେତ ଅନ୍ୟମାନେ ଜନସ୍ବାର୍ଥ ମାମଲା(ପିଆଇଏଲ୍‌) ଦାଏର କରିଥିଲେ। ରାଷ୍ଟ୍ରପତି ଉକ୍ତ ପଦବୀ ପାଇଁ ଯୋଗ୍ୟ ନୁହନ୍ତି ବୋଲି ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟରେ ଆବେଦନ ହୋଇଥିଲା। ତତ୍କାଳୀନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଦୀପକ ମିଶ୍ର ଏବଂ ଆର୍‌. ଭାନୁମତୀ ପିଟିଶନରମାନଙ୍କୁ ଭର୍ତ୍ସନା କରିବା ସହ ରାଷ୍ଟ୍ରପତିଙ୍କୁ କୌଣସି ମାମଲାରେ ପକ୍ଷଭୁକ୍ତ କରାଯାଇପାରିବ ନାହିଁ ବୋଲି ତାଙ୍କ ରାୟରେ ସ୍ପଷ୍ଟ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ...

ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ...

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri