Posted inଖେଳ

ଟି୨୦ ବିଶ୍ୱକପ୍: ସେମିଫାଇନାଲରେ ଭାରତ! ପାଣ୍ଡ୍ୟା-କୁଲଦୀପ ଝଡ଼ରେ ବାଂଲାଦେଶ ଘାଇଲା

ଆଣ୍ଟିଗୁଆ,୨୦ା୬(ପି.ଟି.): ଟି୨୦ ବିଶ୍ୱକପର ସୁପର୍‌-୮ରେ ବାଂଲାଦେଶ ବିପକ୍ଷ ମ୍ୟାଚ୍‌କୁ ୫୦ ରନରେ ଜିତି କ୍ରମାଗତ ବିଜୟ ହାସଲ କରିଛି ଭାରତ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ବଳରେ ଦଳ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା।

ଜବାବରେ ବାଂଲାଦେଶ ୨୦ ଓଭରରେ ୮ ଉଇକେଟ ହରାଇ ୧୪୬ ରନ୍‌ କରିଥିଲା। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ରୋହିତ ଶର୍ମା(୨୩) ଓ ବିରାଟ କୋହଲି(୩୭) ପ୍ରଥମ ଉଇକେଟରେ ୩୯ ରନ୍‌ ଯୋଡିଥିଲେ। ୩ ନମ୍ବରରେ ବ୍ୟାଟିଂ କରିଥିବା ରିଷଭ ପନ୍ତ ୩୬ ରନ୍‌ କରିଥିଲେ। ଶିବମ ଦୁବେ କ୍ରିଜ୍‌ରେ ଯୋଗ ଦେଇ୨୪ ବଲ୍‌ରୁ ୩୪ ରନ୍‌ କରି ଆଉଟ ହୋଇଥିଲେ।

ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା୨୭ ବଲ୍‌ ଖେଳି ୫୦ ରନ୍‌ କରିବା ସହ ଶେଷ ଯାଏ ଅପରାଜିତ ରହିଥିଲେ। ହାର୍ଦ୍ଦିକଙ୍କ ଇନିଂସରେ ୪ ଚୌକା ଓ ୩ ଛକା ସାମିଲ ଥିଲା। ବାଂଲାଦେଶ ପକ୍ଷରୁ ତାଞ୍ଜିମ ହସନ ଶକିବ ଓ ରିଶଦ ହୋସେନ୍‌ ୨ଟି ଲେଖାଏ, ଶାକିବ ଅଲ ହସନ ଗୋଟିଏ ଉଇକେଟ ନେଇଥିଲେ। ୧୯୭ ରନ୍‌ ଲକ୍ଷ୍ୟରେ ବାଂଲାଦେଶ ପ୍ରଥମ ୪ ଓଭରରେ ୩୫ ରନ୍‌ କରିଥିଲା। ପଞ୍ଚମ ଓଭରରେ ଲିଟନ ଦାସ(୧୩)ଙ୍କୁ ଆଉଟ କରି ପ୍ରଥମ ବ୍ରେକ୍‌ ଥ୍ରୁ ପ୍ରଦାନ କରିଥିଲେ ହାର୍ଦ୍ଦିକ ପାଣ୍ଡ୍ୟା।

ବାଂଲାଦେଶ ପକ୍ଷରୁ ଅଧିନାୟକ ନଜମୁଲ ହୋସେନ ଶନ୍ତୋ ୪୦, ତାଞ୍ଜିଦ ହସନ ୨୯ ଓ ରିଶଦ ହୋସେନ ୨୪ ରନ୍‌ କରିଥିଲେ। ଗୋଟିଏ ପଟରୁ ଯଶପ୍ରୀତ୍‌ ବୁମ୍‌ରା କଞ୍ଜୁସ ବୋଲିଯ କରୁଥିବା ବେଳେ କୁଲଦୀପ ଯାଦବଙ୍କ ସ୍ପିନ ଯାଦୁ ଦେଖିବାକୁ ମିଳିଥିଲା। ମାତ୍ର ୧୯ ରନ୍‌ ଦେଇ କୁଲଦୀପ ୩ ବାଂଲାଦେଶୀ ବ୍ୟାଟରଙ୍କୁ ସେ ଆଉଟ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଯଶପ୍ରୀତ ବୁମ୍‌ରା ଓ ଅର୍ଶଦୀପ ସିଂ ଦୁଇଟି ଲେଖାଏ, ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଉଇକେଟ ନେଇଥିଲେ। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ହାର୍ଦ୍ଦିକଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri