Posted inଜାତୀୟ

‘ମୋହନ ଭାଗବତ କାହିଁକି କୁମ୍ଭ ଗଲେ ନାହିଁ ଆଗ ପଚାର’

ନୂଆଦିଲ୍ଲୀ,୨।୩: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭର ଉଦ୍‌ଯାପନ ଫେବୃଆରୀ ୨୬ରୁ ହୋଇସାରିଛି। ହେଲେ ଏହାକୁ ନେଇ ଏବେ ବି ରାଜନୈତିକ ବୟାନବାଜି ଜାରି ରହିଛି। କିଛି ଦିନ ତଳେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶିବସେନା ୟୁବିଟି ମୁଖ୍ୟ ଉଦ୍ଧବ ଠାକ୍‌ରେଙ୍କ ମହାକୁମ୍ଭ ନ ଯିବାକୁ ନେଇ ପ୍ରଶ୍ନ ଉଠାଇଥିଲେ। ଏବେ ସଞ୍ଜୟ ରାଉତ ତାଙ୍କୁ କାଉଣ୍ଟର କରିଛନ୍ତି।

ଏକନାଥ ଶିନ୍ଦେଙ୍କୁ ହିନ୍ଦୁତ୍ୱ ବିଷୟରେ ଟ୍ରେନିଂ ଦେବାର ଆବଶ୍ୟକତା ରହିଛି। ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗବତ କୁମ୍ଭ ମେଳାକୁ ଯାଇନାହାନ୍ତି। ଦେବେନ୍ଦ୍ର ଫଡ଼ନଭିସ ଯାଇଥିଲେ, ତେବେ ତାଙ୍କର କେତେ ଜଣ ମନ୍ତ୍ରୀ ସେଠାକୁ ଯାଇଥିଲେ। ମୋହନ ଭାଗବତ କାହିଁକି ଗଲେ ନାହିଁ, ତାଙ୍କୁ ପ୍ରଥମେ ସେହି ପ୍ରଶ୍ନର ଜବାବ ଦେବା ଉଚିତ। ଏହାପରେ ଉଦ୍ଧବ ଠାକ୍‌ରେ ସେଠାକୁ କାହିଁକି ଗଲେ ନାହିଁ ବୋଲି ପଚାରିବ ବୋଲି ସେ କହିଛନ୍ତି।

ରାଉତ କହିଛନ୍ତି ଯେ, ଶିନ୍ଦେ ଏହି ପ୍ରଶ୍ନ RSS ମୁଖ୍ୟ ମୋହନ ଭାଗବତଙ୍କୁ ପଚାରିବା ଉଚିତ। ଯଦି ଭାଗବତ ଜଣେ ହିନ୍ଦୁ ଭାବେ କୁମ୍ଭରେ ବୁଡ଼ ପକାଇବାକୁ ଯାଇନାହାନ୍ତି, ତେବେ ଉଦ୍ଧବଙ୍କୁ ଟାର୍ଗେଟ କାହିଁକି କରାଯାଉଛି। କେବଳ ଏତିକି ନୁହେଁ ଆର୍‌ଏସ୍‌ଏସ୍‌ ସଂସ୍ଥାପକ ଡା. କେବି ହେଡଗଓ୍ବୋର, ବାଲାସାହେବ ଦେବରସ, ରଜ୍ଜୁ ଭୈୟା ଏବଂ କେ ସୁଦର୍ଶନଙ୍କ ଭଳି ସଂଘ ପ୍ରମୁଖ କୁମ୍ଭରେ ଭାଗ ନେବାର ଫଟୋ ଦେଖିନାହାନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri