Categories: ଜାତୀୟ

ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୯।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୨୪୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୦,୪୫,୫୨୭ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୫,୧୧,୭୦୧ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୧,୮୬୦ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୧,୯୬୬କୁ ବୃଦ୍ଧି ପାଇଛି।

 

Share