Pneumonia coronavirus
ନୂଆଦିଲ୍ଲୀ,୨୪।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୬,୬୫୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୭୪ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୩,୪୭,୭୨,୬୨୬ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୩,୪୨,୧୫,୯୭୭ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୭୭ ଲକ୍ଷ ୫୧୬ ହଜାର ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୭୯,୧୩୩କୁ ବୃଦ୍ଧି ପାଇଛି।