Pneumonia coronavirus
ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୪୯ ଜଣ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୬ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୦,୩୯,୯୭୨ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୫,୦୭,୦୩୮ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୧,୧୯୧ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୧,୭୪୩କୁ ବୃଦ୍ଧି ପାଇଛି।