Posted inଜାତୀୟ

ରାହୁଲଙ୍କ ପ୍ରତିଶ୍ରୁତି: କ୍ଷମତାକୁ ଆସିଲେ ନିଯୁକ୍ତିରେ ମହିଳାଙ୍କୁ ୫୦% ସଂରକ୍ଷଣ ଦେବୁ

ନୂଆଦିଲ୍ଲୀ,୨୯।୩: ଆଗାମୀ ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଆସିଲେ ସରକାରୀ ନିଯୁକ୍ତିରେ ମହିଳାମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରାଯିବ ବୋଲି ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ପ୍ରତିଶ୍ରୁତି ଦେଇଛନ୍ତି। ମହିଳା ସଶକ୍ତ ହେଲେ ଭାରତର ଭାଗ୍ୟ ବଦଳାଇଦେବେ ବୋଲି ସେ କହିଛନ୍ତି। ଏବେ ମଧ୍ୟ କାହିଁକି ପ୍ରତି ୩ ମହିଳାରେ ଜଣେ ନିଯୁକ୍ତ ହେଉଛନ୍ତି ଏବଂ ପ୍ରତି ୧୦ ସରକାରୀ ପଦବୀ ମଧ୍ୟରେ ମହିଳା କର୍ମଚାରୀଙ୍କ ସଂଖ୍ୟା ମାତ୍ର ଜଣେ କାହିଁକି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି।

ତେବେ ଦେଶ ଚଳାଇବାରେ ସରକାରରେ ମହିଳାମାନଙ୍କ ସମାନ ଭାଗୀଦାରି ରହିବା ଦ୍ୱାରା ସେମାନଙ୍କ ସମାର୍ଥ୍ୟର ପୂର୍ଣ୍ଣ ଉପଯୋଗ ହୋଇପାରିବ। ତେଣୁ ସମସ୍ତ ନୂଆ ସରକାରୀ ନିଯୁକ୍ତିର ଅଧା ମହିଳାମାନଙ୍କ ନିମନ୍ତେ ସଂରକ୍ଷିତ ରଖିବାକୁ କଂଗ୍ରେସ ନିଷ୍ପତ୍ତି ନେଇଥିବା ରାହୁଲ କହିଛନ୍ତି। ଏଥିସହିତ ପାର୍ଲାମେଣ୍ଟ ଏବଂ ବିଧାନସଭାଗୁଡ଼ିକରେ ମହିଳାମାନଙ୍କ ନିମନ୍ତେ ସଂରକ୍ଷଣ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ ହେବା କଂଗ୍ରେସ ଚାହେଁ ବୋଲି ରାହୁଲ ଏକ୍ସ’ରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri