Posted inଖେଳ

ଆରମ୍ଭରୁ ପଡ଼ିଲା ରାହୁଲଙ୍କ ଉଇକେଟ

ଲିଡ୍ସ,୨୭।୮: ଇଂଲଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟର ପ୍ରଥମ ଇନିଂସରେ ୩୫୪ ରନ୍‌ରେ ପଛୁଆ ଥିବା ଟିମ୍‌ ଇଣ୍ଡିଆ ତା’ର ଦ୍ୱିତୀୟ ଇନିଂସ ଆରମ୍ଭ କରିଛି। ତୃତୀୟ ଦିନ ଲଞ୍ଚ ସୁଦ୍ଧା ଲୋକେଶ ରାହୁଲ (୮)ଙ୍କ ଉଇକେଟ ହରାଇ ୩୪ ରନ୍‌ କରିଛି ଭାରତ। ଭ୍ରମଣକାରୀ ଭାରତୀୟ ଦଳକୁ ଏବେ ଇନିଂସ ପରାଜୟରୁ ବର୍ତ୍ତିବା ପାଇଁ ଆହୁରି ୩୨୦ ରନ୍‌ ଦରକାର ଥିବା ବେଳେ ହାତରେ ଆଉ ୯ ଉଇକେଟ ବାକି ଅଛି।

ତୃତୀୟ ଦିନ ଘରୋଇ ଦଳ ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର (୪୨୩/୮)ରୁ ବ୍ୟାଟିଂ ଆରମ୍ଭ କରିଥିଲା। ମାତ୍ର ୯ ରନ୍‌ ମଧ୍ୟରେ ଇଂଲଣ୍ଡ ତା’ର ଅନ୍ତିମ ଦୁଇ ଉଇକେଟ ହରାଇବାରୁ ଦଳ ୪୩୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଏଥି ସହିତ ଘରୋଇ ଦଳ ୩୫୪ ରନ୍‌ର ଅଗ୍ରଣୀ ହାସଲ କରିଥିଲା। ଭାରତ ପକ୍ଷରୁ ମହମ୍ମଦ ଶାମି ୪ ଉଇକେଟ ନେଇଥିବା ବେଳେ ମହମ୍ମଦ ସିରାଜ, ଯଶପ୍ରୀତ ବୁମରା ଓ ରବୀନ୍ଦ୍ର ଜାଡେଜା ୨ ଲେଖାଏ ଉଇକେଟ ନେଇଥିଲେ। ଏହାପରେ ଧୈର୍ଯ୍ୟର ସହିତ ଟିମ୍‌ ଇଣ୍ଡିଆ ପାଇଁ ବ୍ୟାଟିଂ ଆରମ୍ଭ କରିଥିଲେ ରାହୁଲ ଓ ରୋହିତ ଶର୍ମାଙ୍କ ଯୋଡ଼ି। ଦୁହେଁ ୧୯ ଓଭରରେ ୩୪ ରନ୍‌ କରିଥିଲେ। ରୋହିତ ଏବେ ୨୫ ରନ୍‌ କରି ଅପରାଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri