Posted inଜାତୀୟ

ଲଗାତର ୨୦ଥର ପାଇଁ ଟସ୍‌ ହାରିଲା ଭାରତ: ଦକ୍ଷିଣ ଆଫ୍ରିକା ଦଳକୁ ଫେରିଲେ ବାଭୁମା

ରାୟପୁର,୩।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ରାୟପୁରରେ ଆରମ୍ଭ ହୋଇଛି। ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତ ଦିନିକିଆରେ ଲଗାତାର ୨୦ତମ ଟସ ହାରିଛି। ବାଭୁମା କହିଛନ୍ତି, ତାଙ୍କ ପ୍ଲେଇଂ ଇଲେଭେନରେ ତିନୋଟି ପରିବର୍ତ୍ତନ କରାଯାଇଛି। ବାଭୁମା ଦଳକୁ ଫେରିଛନ୍ତି ଏବଂ ଲୁଙ୍ଗି ଏନଗିଡି ଏବଂ କେଶବ ମହାରାଜଙ୍କୁ ମଧ୍ୟ ଦଳରେ ସାମିଲ କରାଯାଇଛି। ଭାରତୀୟ ଅଧିନାୟକ କେଏଲ ରାହୁଲ କହିଛନ୍ତି, ତାଙ୍କ ପ୍ଲେଇଂ ଇଲେଭେନରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଦକ୍ଷିଣ ଆଫ୍ରିକା ରିଆନ ରିକେଲଟନ, ପ୍ରେନାଲାନ ସୁବାଇୟାନ ଏବଂ ବାର୍ଟମ୍ୟାନଙ୍କୁ ବାଦ ଦେଇଛି।
ଭାରତ: ରୋହିତ ଶର୍ମା, ଯଶସ୍ବୀ ଜୟସ୍ବାଲ, ବିରାଟ କୋହଲି, ଋତୁରାଜ ଗାୟକ୍ୱାଡ, କେଏଲ ରାହୁଲ (ଅଧିନାୟକ ଏବଂ ଉଇକେଟକିପର), ୱାଶିଂଟନ ସୁନ୍ଦର, ରବିନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ହର୍ଷିତ ରାଣା, ଅର୍ଶଦୀପ ସିଂହ, ପ୍ରସିଦ୍ଧ କ୍ରିଷ୍ଣା।

ଦକ୍ଷିଣ ଆଫ୍ରିକା: କ୍ୱିଣ୍ଟନ ଡି କକ (ଉଇକେଟକିପର), ଆଇଡେନ ମାର୍କରାମ, ଟେମ୍ବା ବାଭୁମା (ଅଧିନାୟକ), ଡେୱାଲ୍ଡ ବ୍ରେଭିସ, ମାଥ୍ୟୁବ୍ରିଜେ, ଟୋନି ଡି ଜିଓର୍ଗି, ମାର୍କୋ ଜାନସେନ, କର୍ବିନ ବୋଶ, କେଶବ ମହାରାଜ, ନାଣ୍ଡ୍ରେ ବର୍ଗର, ଲୁଙ୍ଗି ଏନଗିଡି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri