Posted inଖେଳ

ଚାଇନାଠୁ ଭାରତ ପୁଣି ହାରିଲା

ରାଉରକେଲା,୧୩।୨(ଦିନେଶ ମିଶ୍ର): ରାଉରକେଲା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ସୋମବାର ମହିଳା ହକି ପ୍ରୋ ଲିଗ୍‌ର ଦ୍ୱିତୀୟ ମ୍ୟାଚ୍‌ ଭାରତ ଓ ଚାଇନା ମଧ୍ୟରେ ଖେଳାଯାଇଥିଲା। ଏଥିରେ ଭାରତକୁ ଚାଇନା ମହିଳା ହକି ଦଳ ୨-୧ ଗୋଲରେ ପରାସ୍ତ କରଛି। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଚରଣ ମ୍ୟାଚରେ ମଧ୍ୟ ଭାରତ ସମାନ ବ୍ୟବଧାନରେ ଚାଇନାଠାରୁ ପରାସ୍ତ ହୋଇଥିଲା। ପୂର୍ବ ପରାଜୟରୁ ଶିକ୍ଷାଲାଭ କରି ନ ପାରିବା ଭାରତ ପାଇଁ ଏଠାରେ ମହଙ୍ଗା ପଡ଼ିଥିଲା। ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରି ନ ପାରିବା ମଧ୍ୟ ଦଳକୁ କ୍ଷତି ପହଞ୍ଚାଇବାରେ ଲାଗିଛି। ଭାରତ ଦଳ ଖେଳ ଆରମ୍ଭରୁ ଆକ୍ରମକ ଖେଳ ପ୍ରଦର୍ଶନ କରି ପ୍ରଥମ କ୍ୱାର୍ଟରର ୭ ମିନିଟ୍‌ରେ ଫରଓ୍ବାର୍ଡ ସଙ୍ଗୀତା କୁମାରୀଙ୍କ ଗୋଲ ବଳରେ ଅଗ୍ରଣୀ ହାସଲ କରିଥିଲା। ପରେ ଭାରତ ଦଳକୁ ୫ଟି ପେନାଲ୍‌ଟି କର୍ଣ୍ଣର ମିଳିଥିଲେ ମଧ୍ୟ ଦଳ ଗୋଟିଏ ହେଲେ ଗୋଲରେ ପରିବର୍ତ୍ତନ କରିପାରି ନ ଥିଲା। ଚାଇନା ଦଳ ସଫଳ ପ୍ରତ୍ୟାବର୍ତ୍ତନ କରି ଭାରତ ଉପରେ ଚାପ ପକାଇ ଖେଳର ପ୍ରଥମ କ୍ୱାର୍ଟରର ୧୪ ମିନିଟ୍‌ ଓ ଶେଷ କ୍ୱାର୍ଟରର ୫୩ ମିନିଟ୍‌ରେ ଗୁ ବିଙ୍ଗ୍‌ଫେଙ୍ଗ୍‌ ୨ଟି ଗୋଲ ମାରି ଦଳକୁ ବିଜୟୀ କରାଇଥିଲେ। ଚାଇନା ଦଳକୁ ୪ଟି ପେନାଲ୍‌ଟି କର୍ଣ୍ଣର ମିଳିଥିବାବେଳେ ଦଳ ସେଥିରୁ ଗୋଟିଏ ପେନାଲଟି ଷ୍ଟ୍ରୋକରେ ଗୋଲ କରିପାରିଥିଲା। ଚାଇନା ପକ୍ଷରୁ ଫରଓ୍ବାର୍ଡ ଖେଳାଳି ଗୁ ବିଙ୍ଗପେଙ୍ଗଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ପ୍ରଦାନ କରାଯାଇଥିଲା। ଚାଇନା ୫ ମ୍ୟାଚରୁ ୪ର୍ଥ ବିଜୟ ସହ ୧୨ ପଏଣ୍ଟ ପାଇ ଟେବୁଲର ଦ୍ୱିତୀୟ ସ୍ଥାନରେ ଅପରିବର୍ତ୍ତିତ ରହିଛି। ଭାରତ ୫ ମ୍ୟାଚରୁ ମାତ୍ର ୧ ବିଜୟ ସହ ୫ମ ସ୍ଥାନରେ ରହିଛି। ଚଳିତ ସିଜନରେ ଅପରାଜେୟ ରହିଥିବା ନେଦରଲାଣ୍ଡ୍ସ ୯ ମ୍ୟାଚରୁ ୯ ବିଜୟ ସହ ୨୭ ପଏଣ୍ଟ ପାଇ ଶୀର୍ଷରେ ନିଜ ସ୍ଥାନକୁ ଦୃଢ଼ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri