Posted inଖେଳ

ଆଫଗାନିସ୍ତାନକୁ ହରାଇଲା ଭାରତ

ନୂଆଦିଲ୍ଲୀ,୧୧ା୧୦: ଚଳିତ ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପ୍‌ ମ୍ୟାଚ୍‌ ବୁଧବାର ଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚ୍‌ରେ
ଭାରତ ୮ ଉଇକେଟ୍‌ରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଆଫଗାନିସ୍ତାନ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୨୭୨ ରନ୍‌ କରିଥିବା ବେଳେ ଭାରତ ସମ୍ମୁଖରେ ୨୭୩ ରନ୍‌ର ବିଜୟ ଟାର୍ଗେଟ ଦେଇଥିଲା। ତେବେ ଭାରତ ମାତ୍ର ଦୁଇ ଉଇକେଟ୍‌ ହରାଇ ବୃହତ ବିଜୟ ହାସଲ କରିଛି। ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ୬୫ ବଲ୍‌ରେ ଶତକ ହାସଲ କରି ରେକର୍ଡ ସୃଷ୍ଟି କରିବା ସହ ବିରାଟ କୋହଲି ୫୫ ରନ୍‌ ଏବଂ ଇଶାନ କିଷନ ୪୭ ରନ୍‌ କରି ୩୩ ଓଭରରେ ୨ ଓ୍ବିକେଟ୍‌ ହରାଇ ଦଳକୁ ବିଜୟର ସ୍ବାଦ ଚଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri