Posted inଖେଳ

ବେଲଜିୟମକୁ ହରାଇଲା ଭାରତ

ଆଣ୍ଟ୍ବେର୍ପ, ୨୨।୫: ଭାରତୀୟ ଜୁନିୟର ପୁରୁଷ ହକି ଦଳ ବିଜୟ ସହ ଏହାର ୟୁରୋପ ଟୁର୍‌ ଆରମ୍ଭ କରିଛି। ଉପ-ଅଧିନାୟକ ଶାରଦାନନ୍ଦ ତିଓ୍ବାରୀଙ୍କ ଡବଲ ଗୋଲ ବଳରେ ଭାରତ ଶୁଟ୍‌ ଆଉଟ ୪-୨ ଗୋଲରେ ବେଲଜିୟମକୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ ଖେଳ ୨-୨ ଗୋଲରେ ବରାବର ରହିବାରୁ ଫଳାଫଳ ନିର୍ଣ୍ଣୟ ପାଇଁ ଶୁଟ୍‌ ଆଉଟର ସହାୟତା ନିଆଯାଇଥିଲା। ବେଲଜିୟମ ଖେଳାଳିଙ୍କ ବିପଜ୍ଜନକ ପ୍ରଦର୍ଶନ ପାଇଁ ମ୍ୟାଚର ୩ୟ ମିନିଟରେ ଭାରତକୁ ପେନାଲ୍ଟି ଷ୍ଟ୍ରୋକ୍‌ ମିଳିଥିଲା। ଏହାକୁ ଶାରଦାନନ୍ଦ ଗୋଲରେ ପରିଣତ କରି ଭାରତକୁ ଅଗ୍ରଣୀ କରିଥିଲେ। ପ୍ରଥମ କ୍ୱାର୍ଟର ପରି ଦ୍ୱିତୀୟ କ୍ୱାର୍ଟରରେ ମଧ୍ୟ ଭାରତର ପ୍ରାଧାନ୍ୟ ଅବ୍ୟାହତ ରହିଥିଲା। ୨୭ତମ ମିନିଟରେ ଶାରଦାନନ୍ଦ ଆଉ ଏକ ଗୋଲ ଦେଇ ଭାରତର ଅଗ୍ରଣୀ ବ୍ୟବଧାନକୁ ୨-୦ରେ ପହଞ୍ଚାଇ ଦେଇଥିଲେ। ଏହି ଗୋଲଟି ମଧ୍ୟ ପେନାଲ୍ଟି ଷ୍ଟ୍ରୋକରୁ ଆସିଥିଲା। ଦ୍ୱିତୀୟାର୍ଦ୍ଧରେ କିନ୍ତୁ ବେଲଜିୟମ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲା। ତୃତୀୟ କ୍ୱାର୍ଟର ଆରମ୍ଭରେ ମିଳିଥିବା ପେନାଲ୍ଟି କର୍ନରକୁ ଗୋଲରେ ପରିଣତ କରି ବେଲଜିୟମ ଖେଳାଳି ଭାରତର ଅଗ୍ରଣୀ ବ୍ୟବଧାନକୁ ହ୍ରାସ କରିଥିଲେ। ସେହିପରି ମ୍ୟାଚ ଶେଷ ହେବାକୁ ଅଳ୍ପ ସମୟ ଥିବାବେଳେ ବେଲଜିୟମ ଆଉ ଏକ ଗୋଲ ଦେଇ ମ୍ୟାଚକୁ ୨-୨ ସ୍ଥିତିକୁ ନେଇ ଆସିଥିଲା। ଶୁଟ୍‌ଆଉଟ ପର୍ଯ୍ୟାୟରେ ଭାରତ ପକ୍ଷରୁ ଗୁରଜୋତ ସିଂ, ସୌରଭ ଆନନ୍ଦ କୁଶଓ୍ବାହା, ଦିଲରାଜ ସିଂ ଓ ମନମିତ ସିଂ ଗୋଲ ଦେଇଥିଲେ। ଗୋଲକିପର ପ୍ରିନ୍ସ ଦୀପ ସିଂ ୨ଟି ଚମତ୍କାର ସେଭ୍‌ କରି ଭାରତକୁ ବିଜୟୀ କରିଥିଲେ। ବୁଧବାର ନେଦରଲାଣ୍ଡ୍ସର ବ୍ରେଡାଠାରେ ଭାରତ ଏହାର ଦ୍ୱିତୀୟ ମ୍ୟାଚ ବେଲଜିୟମ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri