Posted inଖେଳ

ଭାରତ ୧୨-୦ରେ ଭୁଟାନକୁ ହରାଇଲା

ଢାକା, ୪।୨(ପି.ଟି.): ବଦଳ ଖେଳାଳିଭାବେ ଆସିଥିବା ତିନି ଖେଳାଳିଙ୍କ ହ୍ୟାଟ୍ରିକ ସହାୟତାରେ ଭାରତ ଏଠାରେ ଚାଲିଥିବା ୨୦ ବର୍ଷରୁ କମ୍‌ ମହିଳା ସାଫ୍‌ ଚାମ୍ପିୟନଶିପ୍‌ର ଶୁକ୍ରବାର ଅନୁଷ୍ଠିତ ଏକ ମ୍ୟାଚରେ ଭୁଟାନକୁ ୧୨-୦ ଗୋଲରେ ପରାସ୍ତ କରିଛି। ଭାରତର ଏହା ପ୍ରଥମ ମ୍ୟାଚ ଥିଲା। ଖେଳ ଆରମ୍ଭ ସମୟରେ ରିଜର୍ଭ ଖେଳାଳିଭାବେ ବେଞ୍ଚ୍‌ରେ ଥିବା ନେହା (୪୫+୨, ୫୫ ଓ ୯୦ତମ), ଅନିତା କୁମାରୀ (୫୦, ୬୯ ଓ ୭୮ତମ) ଏବଂ ଲିନ୍‌ଡା କୋମ୍‌ (୬୧, ୬୩ ଓ ୭୫ତମ) ତିନୋଟି ଲେଖାଏ ଗୋଲ ଦେଇ ଭାରତକୁ ବୃହତ୍‌ ବିଜୟ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅପୂର୍ଣ୍ଣା ନାର୍ଜି ୨୯ ଓ ୩୬ତମ ମିନିଟରେ ୨ଟି ଏବଂ ନିତୁ ଲିନ୍‌ଡା ୪୩ତମ ମିନିଟରେ ଗୋଟିଏ ଗୋଲ ସ୍କୋର କରିଥିଲେ। ଭାରତ ପରବର୍ତ୍ତୀ ମ୍ୟାଚରେ ରବିବାର ବାଂଲାଦେଶକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ମସ୍କୋରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ଚାଲିଗଲା ୪ ଜଣଙ୍କ ଜୀବନ

ମସ୍କୋ,୧୭ା୫: ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri