Posted inଖେଳ

ଇଂଲଣ୍ଡକୁ ହରାଇ କ୍ୱାର୍ଟରରେ ଭାରତ

ଚେଙ୍ଗଡୁ,୩୦ା୪(ପି.ଟି.): ଥୋମାସ୍‌ କପ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡକୁ ଏକପାଖିଆ ୫-୦ରେ ପରାସ୍ତ କରିବା ସହ ଗ୍ରୁପ୍‌ ସି’ରେ ସ୍ଥାନ ପାଇଥିବା ଭାରତ କ୍ୱାର୍ଟରରେ ପ୍ରବେଶ କରିଛି। ପୂର୍ବରୁ ଭାରତ ଏହାର ପ୍ରଥମ ମ୍ୟାଚ୍‌ରେ ଥାଇଲାଣ୍ଡକୁ ୪-୧ରେ ହରାଇଥିଲା। କ୍ରମାଗତ ଦ୍ୱିତୀୟ ବିଜୟ ସହ ଭାରତ କ୍ୱାର୍ଟର ଫାଇନାଲ ପାଇଁ ଯୋଗ୍ୟତା ହାସଲ କରିଛି।
ରବିବାର ଭାରତୀୟ ସଟଲର୍‌ ଏଚ୍‌ ଏସ୍‌ ପ୍ରଣୟ ପ୍ରଥମ ମ୍ୟାଚ୍‌ରେ ୨୧-୧୫, ୨୧-୧୫ ସେଟରେ ହ୍ୟାରି ହୁଆଙ୍ଗଙ୍କୁ ପରାସ୍ତ କରି ୧-୦ରେ ଆଗୁଆ ରହିଥିଲେ। ବିଶ୍ୱ ମାନ୍ୟତାର ଏକ ନମ୍ବର ଡବଲ୍ସ ଯୋଡ଼ି ସାତ୍ତ୍ୱିକ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ଦ୍ୱିତୀୟ ମ୍ୟାଚକୁ ୨୧-୧୭, ୧୯-୨୧ ଓ ୨୧-୧୫ ସେଟରେ ଜିତି ନେଇଥିଲେ। ୨୦୨୨ ବିଶ୍ୱ ଚାମ୍ପିୟନଶିପ ବ୍ରୋଞ୍ଜ ପଦକ ବିଜୟୀ ଯୋଡ଼ି ୧ ଘଣ୍ଟା ୫ ମିନିଟ ସମୟ ନେଇ ବେନ୍‌ ଲେନ୍‌ ଓ ସିନ୍‌ ଭେଣ୍ଡିଙ୍କୁ ପରାସ୍ତ କରିଥିଲେ। ସେହିପରି ପୂର୍ବତନ ବିଶ୍ୱ ମାନ୍ୟତାର ଏକ ନମ୍ବର ଖେଳାଳି କିଡାମ୍ବି ଶ୍ରୀକାନ୍ତ ୨୧-୧୬, ୨୧-୧୧ ସେଟରେ ନଦୀମ ଡାଲଭିଙ୍କୁ ହରାଇବା ସହ ଭାରତକୁ ୩-୦ରେ ଆଗୁଆ କରିଥିଲେ।
ରିଭର୍ସ ଡବଲ୍ସରେ ଭାରତ ପକ୍ଷରୁ ଏମ୍‌.ଆର. ଅର୍ଜୁନ ଓ ଧ୍ରୁବ କପିଳା ୨୧-୧୭, ୨୧-୧୯ରେ ରୋରି ଇଷ୍ଟନ ଓ ଆଲେକ୍ସ ଗ୍ରୀନଙ୍କୁ ପରାସ୍ତ କରିଥିଲେ। ସେହିପରି ଅନ୍ତିମ ସିଙ୍ଗଲ୍ସ ମ୍ୟାଚ୍‌କୁ ୨୪ ବର୍ଷୀୟ କିରଣ ଜର୍ଜ ଜିତି ନେଇଥିଲେ। ୨୧-୧୮, ୨୧-୧୨ ସେଟରେ ସେ ଚୋଲାନ କାୟାନଙ୍କୁ ପରାସ୍ତ କରିଥିଲେ। ଭାରତ ଏହାର ଅନ୍ତିମ ଗ୍ରୁପ ମ୍ୟାଚ୍‌ରେ ଗ୍ରୁପ୍‌ ଟପ୍ପର ଇଣ୍ଡୋନେସିଆକୁ ଭେଟିବ। ରେକର୍ଡ ୧୪ ଥର ଚାମ୍ପିୟନ ହୋଇଥିବା ଇଣ୍ଡୋନେସିଆ ସହ ମ୍ୟାଚ ପରେ ଗ୍ରୁପ୍‌ ସି’ର ପ୍ରଥମ ୨ ସ୍ଥାନ ନିର୍ଦ୍ଧାରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri