Posted inଖେଳ

ପାକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୨୪।୨ ଦୁବାଇରେ  ଚାଲିଥିବା ଫ୍ରେଣ୍ଡଶିପ୍‌ ଦୃଷ୍ଟିବାଧିତ ଟି୨୦ କ୍ରିକେଟ ସିରିଜର ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ଭାରତ ୪୬ ରନରେ ପାକିସ୍ତାନକୁ ପରାସ୍ତ କରିଛି। ପ୍ରଥମ ବ୍ୟାଟିଂ କରିଥିବା ଭାରତ ସୁନୀଲ ରମେଶଙ୍କ ୬୧ ବଲ୍‌ରୁ ଦ୍ରୁତ ୮୭ ରନ ବଳରେ ୨୦ ଓଭରରେ ୩ ଉଇକେଟ ହରାଇ ୨୨୪ ରନ କରିଥିଲା। ଡି. ଭେଙ୍କଟେଶ୍ୱର ରାଓ ୫୬ ଓ ଅଜୟ ରେଡ୍ଡୀ ୪୨ ରନ ସ୍କୋର କରିଥିଲେ। ଜବାବରେ ପାକିସ୍ତାନ ୨୦ ଓଭରରେ ୬ ଉଇକେଟ ହରାଇ ୧୭୮ ରନରେ ସୀମିତ ରହିଥିଲା। ଏହି ବିଜୟ ଫଳରେ ଭାରତ ସିରିଜକୁ ୧-୧ ସ୍ଥିତିକୁ ଆଣିଛି। ଦୁବାଇରେ ଅବସ୍ଥାପିତ ପାକିସ୍ତାନର କନସୁଲ ଜେନେରାଲ ହୁସେନ ମହମ୍ମଦ ଅତିଥିଭାବେ ଯୋଗଦେଇ ଭାରତର ସୁନୀଲ ରମେଶଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ। ଦୁଇ ଦଳ ମଧ୍ୟରେ ତୃତୀୟ ତଥା ଅନ୍ତିମ ମ୍ୟାଚ ରବିବାର ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?