Posted inଖେଳ

ଦକ୍ଷିଣ ଆଫ୍ରିକାକୁ ହରାଇଲା ଭାରତ

ପ୍ରିଟୋରିଆ (ଦକ୍ଷିଣ ଆଫ୍ରିକା), ୨୮ା୧୨ (ପି.ଟି.): ଭାରତର ୧୯ ବର୍ଷରୁ କମ୍‌ ମହିଳା କ୍ରିକେଟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚକୁ ୫୪ରନରେ ଜିତି ୫ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି। ଆସନ୍ତା ଜାନୁୟାରୀ ୧୪ରୁ ୨୯ ଦକ୍ଷିଣ ଆଫ୍ରିକାରେ ଆଇସିସି ୧୯ ବର୍ଷରୁ କମ୍‌ ମହିଳା ଟି୨୦ ବିଶ୍ୱକପ୍‌ ଖେଳାଯିବାକୁ ଥିବା ବେଳେ ପ୍ରସ୍ତୁତି ପାଇଁ ଏହି ସିରିଜର ଆୟୋଜନ କରାଯାଇଛି। ମଙ୍ଗଳବାର ଖେଳାଯାଇଥିବା ଏହି ମ୍ୟାଚରେ ଓପନର ଶ୍ୱେତା ଶେରାଓ୍ବତ ଓ ସୌମ୍ୟା ତିଓ୍ବାରୀ ଯଥାକ୍ରମେ ୩୯ ଓ ୪୬ ବଲ୍‌ରୁ ୪୦ରନ ଲେଖାଏ ସଂଗ୍ରହ କରିଥିଲେ। ଦଳ ନିର୍ଦ୍ଧାରିତ ଓଭରରେ ୫ ଉଇକେଟ ବିନିମୟରେ ୧୩୭ ରନ କରିଥିଲା। ମ୍ୟାଚରେ ଭାରତର ଆରମ୍ଭ ଭଲ ନ ଥିଲା। ମ୍ୟାଚର ପ୍ରଥମ ବଲ୍‌ରେ ଅଧିନାୟିକା ଶେଫାଳି ବର୍ମା ଆଉଟ ହୋଇଯାଇଥିଲେ। କିନ୍ତୁ ଦ୍ୱିତୀୟ ଉଇକେଟରେ ଶେରାଓ୍ବତ ଓ ତିଓ୍ବାରୀ ୭୪ ବଲରୁ ୭୦ ରନ ସଂଗ୍ରହ କରି ଭାରତର ମୂଳଦୁଆ ପକାଇଥିଲେ। ଶେରାଓ୍ବତ ତାଙ୍କ ଇନିଂସରେ ୫ ଚୌକା ଲଗାଇଥିବା ବେଳେ ତିଓ୍ବାରି ୩ ଚୌକା ଓ ଗୋଟିଏ ଛକା ମାରିଥିଲେ। ଏହି ଦୁଇଜଣଙ୍କ ବ୍ୟତୀତ ଶେଷ ଭାଗରେ ରିଚା ଘୋଷ (୧୫), ତିତାସ ସାନ୍ଧୁ (୧୩*) ଓ ହାର୍ଲି ଗାଲା (୧୧*)ଙ୍କ ଯୋଗଦାନ ରହିଥିଲା। ଘରୋଇ ଦଳ ପକ୍ଷରୁ କେଲା ରେନେକ୍‌ (୨/୧୩) ଓ ଆୟାଣ୍ଡା ହ୍ଲୁବି (୨/୨୨) ପ୍ରତ୍ୟେକ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଦକ୍ଷିଣ ଆଫ୍ରିକା ନିୟମିତଭାବେ ଉଇକେଟ ହରାଇ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ବିନିମୟରେ ୮୩ରନ କରିବାରେ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ କେବଳ ୩ଜଣ ବ୍ୟାଟର ଦୁଇ ଅଙ୍କ ବିଶିଷ୍ଟ ସ୍କୋର କରିପାରିଥିଲେ। ସେମାନେ ହେଲେ କେଲା ରେନେକି (୨୦), ମାଡିସନ ଲାଣ୍ଡ୍ସମ୍ୟାନ (୧୦) ଓ ଜେମା ବୋଥା (୧୦*)।
ଭାରତ ତରଫରୁ ମିଡିୟମ ପେସ୍‌ ବୋଲର ଶବନମ ଶକିଲ (୩/୧୫) ଓ ଅଫ୍‌ ସ୍ପିନର ଅର୍ଚ୍ଚନା ଦେବୀ (୩/୧୪) ଚମତ୍କାର ବୋଲିଂ କରି ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର
ଭାରତ: ୧୩୭/୫ (ଶ୍ୱେତା ଶେରାଓ୍ବତ-୪୦, ସୌମ୍ୟା ତିଓ୍ବାରୀ-୪୦; କେଲା ରେନେକି-୨/୧୩)। ଦକ୍ଷିଣ ଆଫ୍ରିକା: ୮୩/୮ (କେଲା ରେନେକି-୨୦; ଅର୍ଚ୍ଚନା ଦେବୀ-୩/୧୪)।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri