Posted inଖେଳ

ସ୍ପେନ୍‌କୁ ହରାଇଲା ଭାରତ

ଡସେଲଡର୍ଫ, ୨୩ା୮(ପି.ଟି.): ଭାରତୀୟ ଜୁନିୟର ମହିଳା ହକି ଦଳ ଏଠାରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ସ୍ପେନ୍‌କୁ ୨-୧ ଗୋଲ୍‌ରେ ପରାସ୍ତ କରିଛି। ଭାରତ ପକ୍ଷରୁ ଅନୁ (୨୧ତମ ମିନିଟ) ଓ ସାକ୍ଷୀ ରାଣା (୪୭ତମ) ଗୋଟିଏ ଲେଖାଏ ଗୋଲ୍‌ ଦେଇଥିବା ବେଳେ ସ୍ପେନ୍‌ ତରଫରୁ ଲିମା ଟେରେସା (୨୩ତମ) ଗୋଟିଏ ଗୋଲ୍‌ ଦେବାରେ ସକ୍ଷମ ହୋଇଥିଲେ। ମ୍ୟାଚର ପ୍ରଥମ କ୍ୱାର୍ଟର ଖେଳ ଗୋଲ ଶୂନ୍ୟ ରହିଥିଲା। ଦ୍ୱିତୀୟ କ୍ୱାର୍ଟରର ୨୧ତମ ମିନିଟ୍‌ରେ ଅନୁ ମ୍ୟାଚର ପ୍ରଥମ ଗୋଲ୍‌ ସ୍କୋର କରି ଭାରତକୁ ଅଗ୍ରଣୀ କରାଇଥିଲେ। ତେବେ ଏହାର ଦୁଇ ମିନିଟ ବ୍ୟବଧାନରେ ଟେରେସା ଫିଲ୍ଡ ଗୋଲ୍‌ ଜରିଆରେ ସ୍ପେନ ପ୍ରତ୍ୟାବର୍ତ୍ତନ କରି ମ୍ୟାଚକୁ ୧-୧ ସ୍ତରକୁ ନେଇ ଆସିଥିଲା। ତୃତୀୟ କ୍ୱାର୍ଟରରେ ଗୋଲ୍‌ ସମ୍ଭବ ହୋଇ ନ ଥିଲା। ତେବେ ୪୭ତମ ମିନିଟ୍‌ରେ ସାକ୍ଷୀଙ୍କ ଏକ ଚମତ୍କାର ଫିଲ୍ଡ ଗୋଲ ଦ୍ୱାରା ମ୍ୟାଚ ଭାରତ ହାତକୁ ଚାଲିଆସିଥିଲା। ସ୍ପେନ ଗୋଲ୍‌ ପରିଶୋଧ ଲାଗି ଉଦ୍ୟମ କରି ବିଫଳ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri