Posted inଖେଳ

ସ୍ପେନ୍‌ଠାରୁ ହାରିଲା ଭାରତ

ଭୁବନେଶ୍ୱର, ୩୧।୧୦,(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ ମ୍ୟାଚ୍‌ରେ ଭାରତ ୨-୩ ଗୋଲରେ ସ୍ପେନ୍‌ଠାରୁ ହାରିଯାଇଛି। ପୂରା ମ୍ୟାଚ୍‌ରେ ଭାରତ ଲଢ଼ୁଆ ପ୍ରଦର୍ଶନ କରିଥିଲା। ମାତ୍ର ସ୍ପେନ୍‌ ଶେଷରେ ବାଜି ମାରିଥିଲା। ଭାରତ ଏହାର ପ୍ରଥମ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪-୩ ଗୋଲରେ ଏବଂ ସ୍ପେନ୍‌ ୩-୨ ଗୋଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଥିଲା। ତେଣୁ ଭାରତ ୨ ମ୍ୟାଚରୁ ପ୍ରଥମ ପରାଜୟ ବରଣ କରିଥିବାବେଳେ ସ୍ପେନ୍‌ ୨ ମ୍ୟାଚ୍‌ରୁ ଦ୍ୱିତୀୟ ବିଜୟ ହାସଲ କରିଛି।

ପ୍ରଥମ କ୍ୱାର୍ଟର ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ ଗୋଲ ହୋଇପାରି ନ ଥିଲା। ଦ୍ୱିତୀୟ କ୍ୱାର୍ଟର ଆରମ୍ଭରୁ ପ୍ରଭାବୀ ରହିଥିଲା ସ୍ପେନ୍‌। ମ୍ୟାଚ୍‌ର ୧୬ତମ ମିନିଟ୍‌ରେ ଦଳ ଏକ ପେନାଲ୍ଟି କର୍ନର ହାସଲ କରିଥିଲା। ଏହାକୁ ଗୋଲରେ ପରିଣତ କରି ସ୍ପେନ୍‌କୁ ଅଗ୍ରଣୀ କରାଇଥିଲେ ଡି ଇଗ୍ନାସିଓ-ସିମୋ ଏଡ୍‌ଆର୍ଡ। ପ୍ରଥମାର୍ଦ୍ଧ ଶେଷହେବାର ୧ ମିନିଟ୍‌ ପୂର୍ବରୁ ସ୍ପେନ୍‌ ଆଉ ଏକ ପେନାଲ୍ଟି କର୍ନରର ସଦୁପଯୋଗ କରି ଅଗ୍ରଣୀ ବ୍ୟବଧାନକୁ ୨-୦ରେ ପହଞ୍ଚାଇ ଦେଇଥିଲା। ଏଥର ଗୋଲ ଦେଇଥିଲେ ମାର୍କ ମିରାଲେସ। ମାତ୍ର ଏହାର କିଛି ସେକେଣ୍ଡ ମଧ୍ୟରେ ଭାରତ ପାଇଥିବା ପେନାଲ୍ଟି କର୍ନରର ସଦୁପଯୋଗ କରିଥିଲା।

ଅଧିନାୟକ ହରମନପ୍ରୀତ ସିଂ ଭାରତ ପକ୍ଷରୁ ଏହି ଗୋଲଟି ଦେଇଥିଲେ। ଫଳରେ ପ୍ରଥମାର୍ଦ୍ଧ ଶେଷରେ ସ୍ପେନ୍‌ ୨-୧ରେ ଆଗୁଆ ରହିଥିଲା। ତୃତୀୟ କ୍ୱାର୍ଟରରେ ଆକ୍ରମଣ ପ୍ରତିଆକ୍ରମଣ ଚାଲିଥିଲେ ହେଁ ଫିନିଶିଂ ଅଭାବରୁ ଗୋଲ ହୋଇପାରି ନ ଥିଲା। ୪ର୍ଥ କ୍ୱାର୍ଟରରେ ଖେଳ ରୋମାଞ୍ଚକ ହୋଇଥିଲା। ୫୪ତମ ମିନିଟ୍‌ରେ ଅଭିଷେକ ଏକ ଫିଲ୍ଡ ଗୋଲ କରି ମ୍ୟାଚ୍‌କୁ ୨-୨ ସ୍ଥିତିକୁ ନେଇଆସିଥିଲେ। ମାତ୍ର ସ୍ପେନ୍‌ ସହଜରେ ଛାଡ଼ିବାକୁ ପ୍ରସ୍ତୁତ ନ ଥିଲା। ଏହାର ୨ ମିନିଟ୍‌ ପରେ ଅର୍ଥାତ୍‌ ୫୬ତମ ମିନିଟ୍‌ରେ ମାର୍କ ରେନେ ଏକ ଗୋଲ ଦେଇ ସ୍ପେନ୍‌କୁ ପୁଣି ଅଗ୍ରଣୀ କରାଇଥିଲେ। ଏହି ଗୋଲ୍‌ଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଖେଳାଳିଙ୍କ ସହ ପରିଚିତ ହେବାପରେ ମ୍ୟାଚ ଆରମ୍ଭ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?