Odisha Elections 2024
Posted inଖେଳ

ଲଜ୍ଜାଜନକ ରେକର୍ଡ କଲା ଭାରତ

ଫ୍ଲୋରିଡା,୧୪।୮: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ୫ ମ୍ୟାଚ ଟି-୨୦ ସିରିଜରେ ଭାରତକୁ ୨-୩ରେ ପରାଜୟର ସାମ୍ନା କରିବାକୁ ପଡିଛି। ଫ୍ଲୋରିଡାଠାରେ ସିରିଜର ଶେଷ ତଥା ଅନ୍ତିମ ମ୍ୟାଚ ଖେଳାଯାଇଥିଲା। ଏଥିରେ ଭାରତ ୮ ଉଇକେଟରେ ପରାସ୍ତ ହୋଇଥିଲା। ଏହି ପରାଜୟ ପରେ ଭାରତୀୟ ଦଳ ନାମରେ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଛି। ଭାରତୀୟ ଦଳ ପ୍ରଥମ ଥର ପାଇଁ ୫ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ ବିଶିଷ୍ଟ ସିରିଜ ହାରିଛି।
ପୂର୍ବରୁ ଖେଳାଯାଇଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଟିମ ଇଣ୍ଡିଆ ଜିତିଛି କିମ୍ବା ସିରିଜ କୌଣସି ପ୍ରକାରେ ଡ୍ର କରିଛି। କିନ୍ତୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ଦ୍ୱିପାକ୍ଷିକ ସିରିଜରେ ପ୍ରଥମ ଥର ପାଇଁ ପରାଜୟର ସମ୍ମୁଖୀନ ହୋଇଥିଲା। ଏହାପୂର୍ବରୁ ୨୦୨୨ରେ ଭାରତ ୱେଷ୍ଟଇଣ୍ଡିଜ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଦ୍ୱିପାକ୍ଷିକ ଟି-୨୦ ସିରିଜ ଖେଳିଥିଲା। ଏଥିରେ ଭାରତ ୪-୧ରେ ଜିତିଥିଲା।
ୱେଷ୍ଟଇଣ୍ଡିଜ ବ୍ୟତୀତ ଭାରତୀୟ ଦଳ ଏପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ, ଇଂଲଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ ଖେଳିଛି। ୨୦୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ପାଞ୍ଚ ମ୍ୟାଚ ଟି-୨୦ ସିରିଜ ୨-୨ ଡ୍ରରେ ଶେଷ ହୋଇଥିଲା। ୨୦୨୦ରେ ନ୍ୟୁଜିଲାଣ୍ଡକୁ ଭାରତୀୟ ଦଳ ୫-୦ରେ ପରାସ୍ତ କରିଥିଲା। ଏହା ବ୍ୟତୀତ ୨୦୨୧ରେ ଇଂଲଣ୍ଡ ବିପକ୍ଷ ଘରୋଇ ସିରିଜରେ ଭାରତ ୩-୨ରେ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଶଂସକଙ୍କୁ ଗୋଟିଏ ଖୁସି କେବେବି ଦେଇ ପାରିବେନି କୋହଲି, ଆଇପିଏଲରେ ଗୋଟିଏ କାମ କରିବାକୁ ଡରୁଛନ୍ତି…

ନୂଆଦିଲ୍ଲୀ,୧୮।୫: ବିରାଟ କୋହଲି ବର୍ତ୍ତମାନ ସମୟର ଜଣେ ମହାନ ବ୍ୟାଟ୍ସମ୍ୟାନ। ଏହି ସମୟରେ ସେ ମଧ୍ୟ ବହୁତ ଭଲ ଫର୍ମରେ ଅଛନ୍ତି। ତାଙ୍କ ବ୍ୟାଟ ଆଇପିଏଲ...

ମନ କଥା ଖୋଲିକି କହିଦେଲେ କୋହଲି: କରିବାକୁ ଚାହୁଁନ୍ତି ଏହି କାମ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ୨୦୨୪ର ୬୮ତମ ମ୍ୟାଚ ଆରସିବି ଏବଂ ସିଏସ୍‌କେ ମଧ୍ୟରେ ଆଜି ଖେଳାଯିବ। ଏହି ମ୍ୟାଚ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। ଚେନ୍ନାଇ ସୁପର...

କ୍ୟାମେରାମ୍ୟାନ୍‌ଙ୍କୁ ହାତଯୋଡି ଏମିତି ଗୁହାରି କଲେ ରୋହିତ ଶର୍ମା

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳ ଅପେକ୍ଷା ଦଳ ପରିଚାଳନା ପାଇଁ ଅଧିକ ଚର୍ଚ୍ଚାରେ ରହିଥିଲା। ବିଶେଷ ଭାବେ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ...

୩ ବଲ୍‌ରେ ୩ ଉଇକେଟ୍‌ ଗଲା, କିନ୍ତୁ ଘୋଷଣା ହେଲାନି ହ୍ୟାଟ୍ରିକ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧୮।୫: ମୁମ୍ବାଇର ୱାଙ୍ଖେଡେଠାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଆଇପିଏଲର ୬୭ ତମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚର କୌଣସି ବିଶେଷ...

ଏଥର ଟି-୨୦ ବିଶ୍ୱକପ୍‌ କିଏ ହେବ ଚାମ୍ପିୟନ୍‌: ଜୟ ଶାହା କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ...

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ...

ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର...

ଲଜ୍ଜାଜନକ ରେକର୍ଡ ହାସଲ କଲା ମୁମ୍ବାଇ ଇଣ୍ଡିଆନ୍ସ

ମୁମ୍ବାଇ,୧୮।୫: ଲକ୍ଷ୍ନୌ ସୁପର ଜିଆଣ୍ଟସ ଆଇପିଏଲ ୨୦୨୪ର ୬୭ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ୨୧୪ ରନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri