Posted inଖେଳ

ଓ୍ବାଙ୍ଖଡେରେ ଉଡ଼ିଲା ଭାରତର ବିଜୟ ପତାକା: ଫାଇନାଲରେ ନ୍ୟୁଜିଲାଣ୍ଡ ସହ ହେବ ମହାଲଢ଼େଇ

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏହି ବିଜୟ ସହ ଭାରତ ଏବେ ବିଶ୍ୱକପ ଟ୍ରଫିଠାରୁ ମାତ୍ର ଗୋଟିଏ ପାଦ ଦୂରରେ ରହିଛି। ଆସନ୍ତା ମହାଲଢ଼େଇରେ ଭାରତର ସାମ୍ନା ଶକ୍ତିଶାଳୀ ନ୍ୟୁଜିଲାଣ୍ଡ ସହ ହେବ।

ପ୍ରଥମେ ବ୍ୟାଟିଂ କରି ସଞ୍ଜୁ ସାମସନଙ୍କ ଧୂଆଁଧାର ୮୯ ରନ ଏବଂ ଅନ୍ୟ ବ୍ୟାଟରଙ୍କ ସହଯୋଗରେ ଭାରତ ୨୫୩ ରନ୍‌ର ଏକ ବିଶାଳ ସ୍କୋର ଛିଡ଼ା କରିଥିଲା। ଏହି ପାହାଡ଼ ସଦୃଶ ଲକ୍ଷ୍ୟକୁ ପିଛା କରି ଇଂଲଣ୍ଡ ଦଳ ଭାରତୀୟ ବୋଲରଙ୍କ ଶାଣିତ ଆକ୍ରମଣ ଆଗରେ ଆତ୍ମସମର୍ପଣ କରିଥିଲା। ଭାରତୀୟ ବୋଲରମାନେ ନିୟମିତ ବ୍ୟବଧାନରେ ଉଇକେଟ ନେଇ ଇଂଲଣ୍ଡକୁ ମ୍ୟାଚରୁ ବାହାର କରିଦେଇଥିଲେ।

ଇଂଲଣ୍ଡ ଉପରେ ଲାଗିଲା ୭୪ ରନ୍‌ର ‘ପେନାଲ୍ଟି’! ସେମିଫାଇନାଲରେ ଗୋଟିଏ ଭୁଲ ପାଇଁ…

ପ୍ରଥମ ସେମିଫାଇନାଲରେ ବିଜୟୀ ହୋଇ ନ୍ୟୁଜିଲାଣ୍ଡ ପୂର୍ବରୁ ହିଁ ଫାଇନାଲରେ ପହଞ୍ଚି ସାରିଛି। ଆଇସିସି ଟୁର୍ଣ୍ଣାମେଣ୍ଟରେ ନ୍ୟୁଜିଲାଣ୍ଡ ସବୁବେଳେ ଭାରତ ପାଇଁ ଏକ ବଡ଼ ଆହୱାନ ସାଜି ଆସିଛି। ତେଣୁ ଏହି ଫାଇନାଲ ମ୍ୟାଚ କେବଳ ଟ୍ରଫି ପାଇଁ ନୁହେଁ, ବରଂ ପୁରୁଣା ପରାଜୟର ପ୍ରତିଶୋଧ ନେବା ପାଇଁ ଭାରତ ପାଖରେ ଏକ ସୁବର୍ଣ୍ଣ ସୁଯୋଗ।

ଭାରତ ଫାଇନାଲରେ ପହଞ୍ଚିବା ପରେ ସାରା ଦେଶରେ ଉତ୍ସବର ମାହୋଲ ଖେଳିଯାଇଛି। ୱାଙ୍ଖେଡେ ଷ୍ଟାଡିୟମଠାରୁ ଆରମ୍ଭ କରି ସୋସିଆଲ ମିଡିଆ ପର୍ଯ୍ୟନ୍ତ ସବୁଠି କେବଳ “ଚକ ଦେ ଇଣ୍ଡିଆ”ର ସ୍ଲୋଗାନ ଶୁଣିବାକୁ ମିଳୁଛି।

ଭାରି ପଡ଼ିଲା ଜିଦ୍‌: ସଞ୍ଜୁ ସାମସନଙ୍କ ବୁଝାଇବା ସତ୍ତ୍ୱେ ମାନିଲେ ନାହିଁ ଅଭିଷେକ, ଘଟିଲା ଏମିତି

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri