Posted inଖେଳ

ବାଂଲାଦେଶ ମୁହଁରୁ ବିଜୟ ଛଡାଇ ଆଣି ଭାରତ କଲା ଏମିତି ରେକର୍ଡ

ଢାକା,୨୫।୧୨: ଢାକାରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତ ବାଂଲାଦେଶକୁ ତିନି ଉଇକେଟରେ ପରାସ୍ତ କରି ସିରିଜକୁ ୨-୦ରେ ଜିତି ନେଇଛି। ଏହି ମ୍ୟାଚରେ, ଆର ଅଶ୍ୱିନ ଏବଂ ଶ୍ରେୟସ ଆୟରଙ୍କ ଦମ୍‌ଦାର ଇନିଂସ ଯୋଗୁ ଟିମ ଇଣ୍ଡିଆ ବାଂଲାଦେଶର ହାତରୁ ବିଜୟ ଛଡ଼ାଇ ନେଇଥିଲା।ଏଥି ସହିତ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜରେ ଏହି ବିଜୟ ପରେ ଟିମ ଇଣ୍ଡିଆ ଏକ ବଡ଼ ରେକର୍ଡ ସୃଷ୍ଟି କରିଛି। ଭାରତ ଏସିଆ ଭିତରେ କ୍ରମାଗତ ୧୮ ତମ ଟେଷ୍ଟ ସିରିଜ ଜିତିଛି।
୨୦୧୨-୧୩ରେ ଭାରତ ଏସିଆରେ ଶେଷ ଥର ପାଇଁ ପରାସ୍ତ ହୋଇଥିଲା। ସେହି ସମୟରେ ଘରୋଇ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆକୁ ୨-୧ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ତେବେ ସେବେଠାରୁ ଟିମ ଇଣ୍ଡିଆ ଏସିଆ ଭିତରେ ଚମତ୍କାର ପ୍ରଦର୍ଶନ କରିଛି ଏବଂ କ୍ରମାଗତ ୧୮ତମ ସିରିଜ ବିଜୟ ହାସଲ କରିବାରେ ସଫଳ ହୋଇଛି।
ବାଂଲାଦେଶ ବିପକ୍ଷ ଟେଷ୍ଟ ମ୍ୟାଚରେ ବିଜୟ ସହ ଭାରତ ୨୦୦୦ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଏକ ବଡ଼ ରେକର୍ଡ ବଜାୟ ରଖିଛି। ଟିମ ଇଣ୍ଡିଆ ଆଜି ପର୍ଯ୍ୟନ୍ତ ବାଂଲାଦେଶଠାରୁ ଟେଷ୍ଟ ମ୍ୟାଚ ହାରି ନାହିଁ। ୨୦୧୫ରେ ବାଂଲାଦେଶ ଭାରତ ସହ ଏକ ମ୍ୟାଚ ଡ୍ର କରିବାରେ ସକ୍ଷମ ହୋଇଥିଲା, କିନ୍ତୁ ଏହି ମ୍ୟାଚରେ ଭାରତ ପରାଜିତ ହୋଇ ନ ଥିଲା। ଅନ୍ୟପକ୍ଷରେ, ଦୁଇ ଦଳ ମଧ୍ୟରେ ଗତ ୧୩ଟି ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ୧୧ଟି ମ୍ୟାଚ ଜିତିଥିବାବେଳେ ଦୁଇଟି ମ୍ୟାଚ ଡ୍ର ହୋଇଛି।
ତେବେ ଏହି ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ବାଂଲାଦେଶ ଭାରତ ବିପକ୍ଷ ପ୍ରଥମ ଐତିହାସିକ ଟେଷ୍ଟ ବିଜୟର ନିକଟତର ହୋଇଥିଲା। କିନ୍ତୁ ଟିମ ଇଣ୍ଡିଆର ବ୍ୟାଟ୍ସମ୍ୟାନ ଶ୍ରେୟସ-ଆୟର୍‌ ଏବଂ ଆର ଅଶ୍ୱିନ ବାଂଲାଦେଶର ଆଶାକୁ ନଷ୍ଟ କରି ଦକଳୁ ୩ ଉଇକେଟ୍‌ରେ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେପାଟାଇଟିସ୍‌ ଓ ଲିଭରର ଯତ୍ନ

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ: ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ପରେ…

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶତାଧିକ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଚାଲିଛି। ଏହାସହିତ ରାଜଧାନୀର ବିଭିନ୍ନ ସ୍ଥାନରେ ବେଆଇନ…

IND vs SL: ବୁମରା OUT; ଶ୍ରୀଲଙ୍କା ଗସ୍ତ ପୂର୍ବରୁ BCCIର ବଡ଼ ନିଷ୍ପତ୍ତି, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩ା୮: ଶ୍ରୀଲଙ୍କା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ୟା ବଢ଼ିଚାଲିଛି । ନୀତିଶ କୁମାର ରେଡ୍ଡୀ ଓ ହର୍ଷିତ ରାଣା ଆହତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri