Posted inଖେଳ

ଓ୍ବାଲର୍‌ଡ ଜାଏଣ୍ଟ୍ସକୁ ହରାଇଲା ଇଣ୍ଡିଆ ମହାରାଜାସ

କୋଲକାତା, ୧୭।୯(ପି.ଟି.): ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟ ପୂର୍ବରୁ ଶୁକ୍ରବାର ଏଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଚ୍ୟାରିଟି ମ୍ୟାଚରେ ଇଣ୍ଡିଆ ମହାରାଜାସ ୬ ଉଇକେଟରେ ଓ୍ବାଲର୍‌ଡ ଜାଏଣ୍ଟ୍ସକୁ ପରାସ୍ତ କରିଛି। ଓ୍ବାଲର୍‌ଡ ଜାଏଣ୍ଟ୍ସ ୨୦ ଓଭରରେ ୮ ଉଇକେଟ ହରାଇ ୧୭୦ ରନ କରିଥିବାବେଳେ ଇଣ୍ଡିଆ ମହାରାଜାସ ୧୮.୪ ଓଭରରେ ୪ ଉଇକେଟ ହରାଇ ୧୭୫ ରନ ସଂଗ୍ରହ କରି ନେଇଥିଲା। ଶନିବାରଠାରୁ ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ଆରମ୍ଭ ହେବ।
ଅର୍ଦ୍ଧଶତକ ହାସଲ ସହ ଅପରାଜିତ ରହି ଇଣ୍ଡିଆ ମହାରାଜାସ ବିଜୟକୁ ସହଜ କରିଥିଲେ ୟୁସୁଫ ପଠାନ। ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧୫ ବଲ୍‌ରୁ ଦ୍ୱିତୀୟ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଥିବା ୟୁସୁଫ ଏଠାରେ ସେହି ଫର୍ମରେ ନଜରକୁ ଆସିଥିଲେ। ସେ ୩୫ ବଲ୍‌ରୁ୫ ଚୌକା ଓ ୨ ଛକା ସହାୟତାରେ ୫୦ ରନକରି ଅପରାଜିତ ରହିଥିଲେ। ତାଙ୍କ ସହ ଇରଫାନ ପଠାନ ୯ ବଲ୍‌ରୁ ୨୦ (୩ ଛକା) ରନ କରି ଅପରାଜିତ ଥିଲେ। ଟପ୍‌ ଅର୍ଡରରେ ତନ୍ମୟ ଶ୍ରୀବାତ୍ସବ ସର୍ବାଧିକ ୫୪ (୩୯ ବଲ, ୮ ଚୌକା, ୧ ଛକା) ରନ କରିଥିଲେ। ଓ୍ବାଲର୍‌ଡ ଜାଏଣ୍ଟ୍ସ ପକ୍ଷରୁ ଟିମ୍‌ ବ୍ରେସନାନ ସର୍ବାଧିକ ୩ଟି ଉଇକେଟ ନେଇଥିଲେ। ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଓ୍ବାଲର୍‌ଡ ଜାଏଣ୍ଟ୍ସ। ଓପନର କେଭିନ ଓ’ବ୍ରାଏନ (୫୨ ରନ, ୩୧ ବଲ, ୯ ଚୌକା, ୧ ଛକା)ଙ୍କ ଅର୍ଦ୍ଧଶତକ ଏବଂ ମିଡିଲ ଅର୍ଡରରେ ଦୀନେଶ ରାମଦିନଙ୍କ ଦ୍ରୁତ ୪୨ (୨୯ ବଲ, ୫ ଚୌକା, ୧ ଛକା) ରନ ବଳରେ ଓ୍ବାଲର୍‌ଡ ଜାଏଣ୍ଟ୍ସ ସମ୍ମାନଜନକ ସ୍କୋର କରିବାକୁ ସମର୍ଥ ହୋଇଥିଲା। ଭାରତ ପକ୍ଷରୁ ପଙ୍କଜ ସିଂ ୪ ଓଭରରେ ଗୋଟିଏ ମେଡେନ ନେଇ ୨୬ ରନ ବିନିମୟରେ ୫ ଉଇକେଟ ନେଇଥିବାରୁ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ହରଭଜନ ଇଣ୍ଡିଆ ମହାରାଜାସ ଓ ଜ୍ୟାକ୍ସ କାଲିସ ଓ୍ବାଲର୍‌ଡ ଜାଏଣ୍ଟ୍ସ ଦଳର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri