Posted inଖେଳ

ଓ୍ବାଲର୍‌ଡ ଜାଏଣ୍ଟ୍ସକୁ ହରାଇଲା ଇଣ୍ଡିଆ ମହାରାଜାସ

କୋଲକାତା, ୧୭।୯(ପି.ଟି.): ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟ ପୂର୍ବରୁ ଶୁକ୍ରବାର ଏଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଚ୍ୟାରିଟି ମ୍ୟାଚରେ ଇଣ୍ଡିଆ ମହାରାଜାସ ୬ ଉଇକେଟରେ ଓ୍ବାଲର୍‌ଡ ଜାଏଣ୍ଟ୍ସକୁ ପରାସ୍ତ କରିଛି। ଓ୍ବାଲର୍‌ଡ ଜାଏଣ୍ଟ୍ସ ୨୦ ଓଭରରେ ୮ ଉଇକେଟ ହରାଇ ୧୭୦ ରନ କରିଥିବାବେଳେ ଇଣ୍ଡିଆ ମହାରାଜାସ ୧୮.୪ ଓଭରରେ ୪ ଉଇକେଟ ହରାଇ ୧୭୫ ରନ ସଂଗ୍ରହ କରି ନେଇଥିଲା। ଶନିବାରଠାରୁ ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ଆରମ୍ଭ ହେବ।
ଅର୍ଦ୍ଧଶତକ ହାସଲ ସହ ଅପରାଜିତ ରହି ଇଣ୍ଡିଆ ମହାରାଜାସ ବିଜୟକୁ ସହଜ କରିଥିଲେ ୟୁସୁଫ ପଠାନ। ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧୫ ବଲ୍‌ରୁ ଦ୍ୱିତୀୟ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଥିବା ୟୁସୁଫ ଏଠାରେ ସେହି ଫର୍ମରେ ନଜରକୁ ଆସିଥିଲେ। ସେ ୩୫ ବଲ୍‌ରୁ୫ ଚୌକା ଓ ୨ ଛକା ସହାୟତାରେ ୫୦ ରନକରି ଅପରାଜିତ ରହିଥିଲେ। ତାଙ୍କ ସହ ଇରଫାନ ପଠାନ ୯ ବଲ୍‌ରୁ ୨୦ (୩ ଛକା) ରନ କରି ଅପରାଜିତ ଥିଲେ। ଟପ୍‌ ଅର୍ଡରରେ ତନ୍ମୟ ଶ୍ରୀବାତ୍ସବ ସର୍ବାଧିକ ୫୪ (୩୯ ବଲ, ୮ ଚୌକା, ୧ ଛକା) ରନ କରିଥିଲେ। ଓ୍ବାଲର୍‌ଡ ଜାଏଣ୍ଟ୍ସ ପକ୍ଷରୁ ଟିମ୍‌ ବ୍ରେସନାନ ସର୍ବାଧିକ ୩ଟି ଉଇକେଟ ନେଇଥିଲେ। ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଓ୍ବାଲର୍‌ଡ ଜାଏଣ୍ଟ୍ସ। ଓପନର କେଭିନ ଓ’ବ୍ରାଏନ (୫୨ ରନ, ୩୧ ବଲ, ୯ ଚୌକା, ୧ ଛକା)ଙ୍କ ଅର୍ଦ୍ଧଶତକ ଏବଂ ମିଡିଲ ଅର୍ଡରରେ ଦୀନେଶ ରାମଦିନଙ୍କ ଦ୍ରୁତ ୪୨ (୨୯ ବଲ, ୫ ଚୌକା, ୧ ଛକା) ରନ ବଳରେ ଓ୍ବାଲର୍‌ଡ ଜାଏଣ୍ଟ୍ସ ସମ୍ମାନଜନକ ସ୍କୋର କରିବାକୁ ସମର୍ଥ ହୋଇଥିଲା। ଭାରତ ପକ୍ଷରୁ ପଙ୍କଜ ସିଂ ୪ ଓଭରରେ ଗୋଟିଏ ମେଡେନ ନେଇ ୨୬ ରନ ବିନିମୟରେ ୫ ଉଇକେଟ ନେଇଥିବାରୁ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ହରଭଜନ ଇଣ୍ଡିଆ ମହାରାଜାସ ଓ ଜ୍ୟାକ୍ସ କାଲିସ ଓ୍ବାଲର୍‌ଡ ଜାଏଣ୍ଟ୍ସ ଦଳର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri