ଇତିହାସ ରଚିଲା ଭାରତ, ୧୦୦ କୋଟି ଟପିଲା ଟିକାକରଣ…

ନୂଆଦିଲ୍ଲୀ,୨୧।୧୦: ଭାରତ ଟିକାକରଣରେ ନୂଆ ଇତିହାସ ରଚିଛି। ଦେଶରେ ଇତିମଧ୍ୟରେ ୧୦୦ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ଡ.ମନସୁଖ ମାଣ୍ଡବ୍ୟ ଗୁରୁବାର ଟୁଇଟ୍‌ କରି ସୂଚନା ଦେଇଛନ୍ତିି।ଟିକାକରଣ ଅଭିଯାନରେ ଭାରତ ଇତିହାସ ରଚିବା ସହିତ ୧୦୦ କୋଟି ଲୋକଙ୍କୁ ଟିକାକରଣ ଲକ୍ଷ୍ୟ ପୂରଣ କରିଛି। ଭାରତ ୨୮୦ ଦିନରେ ଏହି ଲକ୍ଷ୍ୟ ପୂରଣ କରିପାରିଛି।

ଗୁରୁବାର ପୂର୍ବାହ୍ନ ୯ଟା ୪୭ରେ ଭାରତ ଏହି ଲକ୍ଷ୍ୟ ପୂରଣ କରି ଇତିହାସ ସୃଷ୍ଟି କରିଛି। ଏହି ଐତିହାସିକ ମୂହୁର୍ତ୍ତ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ପହଞ୍ଚିଛନ୍ତି।

ଦେଶର ଶ୍ରେଷ୍ଠ ୫ ଟିକାକରଣ ରାଜ୍ୟ ମଧ୍ୟରୁ ଉତ୍ତରପ୍ରଦେଶରେ ସର୍ବାଧିକ ୧୨ କୋଟି ୨୧ ଲକ୍ଷ ୪୦ ହଜାର ୯୧୪ ଜଣଙ୍କୁ ଟିକା ଦିଆଯାଇଥିବାବେଳେ ମହାରାଷ୍ଟ୍ରରେ ୯ କୋଟି ୩୨ ଲକ୍ଷ ୭୦୮, ପଶ୍ଚିମବଙ୍ଗରେ ୬ କୋଟି ୮୫ ଲକ୍ଷ ୧୨ ହଜାର ୯୩୨, ଗୁଜରାଟରେ ୬ କୋଟି ୭୬ ଲକ୍ଷ ୬୭ ହଜାର ୯୦୦ ଏବଂ ମଧ୍ୟପ୍ରଦେଶରେ ୬ କୋଟି ୭୨ ଲକ୍ଷ ୨୪ ହଜାର ୨୮୬ ଜଣଙ୍କୁ ଟିକା ଦିଆଯାଇଛି।

ଦେଶରେ ଚଳିତ ବର୍ଷ ୧୬ ଜାନୁଆରୀରୁ ସାର୍ବଜନୀକ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। ୧୭ ସେପ୍ଟେମ୍ବରରେ ଗୋଟିଏ ଦିନରେ ଦେଶରେ ଅଢ଼େଇ କୋଟି ଲୋକଙ୍କୁ ଡୋଜ୍‌ ଦିଆଯାଇ ମଧ୍ୟ ଇତିହାସ ରଚା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri