ବାଣିଜ୍ୟ, ପ୍ରତିରକ୍ଷାରେ ସହଯୋଗ ବଢ଼ାଇବେ ଭାରତ, ମାଲେସିଆ

କୁଆଲାଲୁମ୍ପୁର,୯ା୨(ପି.ଟି.): ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରତିରକ୍ଷା, ଶକ୍ତି, ଆଧୁନିକ ଉତ୍ପାଦନ ଏବଂ ସେମିକଣ୍ଡକ୍ଟର ଆଦି ସର୍ବାଧିକ ପ୍ରାଥମିକତା ଥିବା ସେକ୍ଟରରେ ଭାରତ ଓ ମାଲେସିଆ ସମ୍ପର୍କ ବଢ଼ାଇବା ପାଇଁ ରବିବାର ପ୍ରତିଜ୍ଞାବଦ୍ଧ ହୋଇଛନ୍ତି। ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଶାନ୍ତି ଓ ସ୍ଥିରତା ପାଇଁ ଉଭୟ ପକ୍ଷ ପ୍ରତିଶ୍ରୁତିବଦ୍ଧ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି।
ମାଲେସିଆ ପ୍ରଧାନମନ୍ତ୍ରୀ ଅନ୍‌ଓ୍ବାର ଇବ୍ରାହିମ୍‌ଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପରେ ମୋଦି ଆତଙ୍କବାଦ ବିରୋଧରେ ଲଢ଼େଇରେ ଭାରତର ଆଭିମୁଖ୍ୟକୁ ଦୋହରାଇଛନ୍ତି। ଆତଙ୍କବାଦ ସମ୍ପର୍କରେ ଭାରତର ବାର୍ତ୍ତା ସ୍ପଷ୍ଟ, ଯେଉଁଥିରେ କୌଣସି ଦୋମୁହଁା ନୀତି କିମ୍ବା ସାଲିସ୍‌ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେମିକଣ୍ଡକ୍ଟର ସେକ୍ଟର ସମେତ ବିଭିନ୍ନ କ୍ଷେତ୍ରରେ ସହଯୋଗ ବଢ଼ାଇବା ପାଇଁ ଏହି ଅବସରରେ ଭାରତ ଓ ମାଲେସିଆ ମଧ୍ୟରେ ମୋଟ ୧୧ଟି ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ବାଣିଜ୍ୟରେ ଭାରତୀୟ ଟଙ୍କା ଏବଂ ମାଲେସିଆର ରିଙ୍ଗିଟ୍‌ ବ୍ୟବହାରକୁ ପ୍ରୋତ୍ସାହନ ଦେବା ଉଦ୍ୟମକୁ ଉଭୟ ମୋଦି ଏବଂ ଇବ୍ରାହିମ୍‌ ପ୍ରଶଂସା କରିଛନ୍ତି। ରଣନୀତିକ ଆସ୍ଥା ଜରିଆରେ ଆର୍ଥିକ ପରିବର୍ତ୍ତନର ମାର୍ଗକୁ ପ୍ରଶସ୍ତ କରିବୁ ବୋଲି ମୋଦି କହିବା ସହ ଭାରତ-ମାଲେସିଆ ସମ୍ପର୍କକୁ ସ୍ବତନ୍ତ୍ର ବୋଲି କହିଛନ୍ତି। ଆମେ ସାମୁଦ୍ରିକ ପଡ଼ୋଶୀ ଏବଂ ଅନେକ ଶହ ବର୍ଷ ଧରି ଦୁଇ ଦେଶର ଲୋକଙ୍କ ମଧ୍ୟରେ ନିବିଡ଼ ତଥା ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କ ରହିଆସିଛି ବୋଲି ପ୍ରଧାନମନ୍ତ୍ରୀ କହିବା ସହ ମାଲେସିଆରେ ଭାରତୀୟ କନ୍‌ସୁଲେଟ୍‌ ଜେନେରାଲ ସ୍ଥାପନ କରିବାକୁ ଘୋଷଣା କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ରବିବାର ମାଲେସିଆରେ ପ୍ରମୁଖ ବ୍ୟବସାୟୀ ଓ ଶିଳ୍ପପତିମାନଙ୍କୁ ଭେଟି ଆଲୋଚନା କରିଛନ୍ତି। ଭାରତୀୟ ଅଭିବୃଦ୍ଧି ଉପରେ ସେଠାର କମ୍ପାନୀଗୁଡ଼ିକର ଆଗ୍ରହକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି। ସେ ପେଟ୍ରୋନାସ୍‌ର ଅଧ୍ୟକ୍ଷ ତଥା ଗ୍ରୁପ୍‌ ସିଇଓ ଟେଙ୍ଗ୍‌କୁ ମହମ୍ମଦ ଟୌଫିକ, ବେର୍ଜାୟା କର୍ପୋରେଶନ ବେର୍ହାଡର ପ୍ରତିଷ୍ଠାତା ଭିନ୍‌ସେଣ୍ଟ ଟାନ୍‌ ଚି ୟୁଉନ୍‌, ଖାଜାନା ନ୍ୟାଶନାଲ ବେର୍ହାଡର ପରିଚାଳନା ନିର୍ଦ୍ଦେଶକ ଅମିରୁଲ ଫୈସଲ ଓ୍ବାନ୍‌ ଜାହିର ଏବଂ ଫିସନ ଇଲେକ୍ଟ୍ରୋନିକ୍ସର ପ୍ରତିଷ୍ଠାତା ପୁଆ ଖେଇନ୍‌ ସେଙ୍ଗ୍‌ଙ୍କୁ ଭେଟିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri