Posted inଜାତୀୟ

କରୋନା ଯୁଦ୍ଧରେ ଲଢିବାକୁ ପରସ୍ପରକୁ ସହଯୋଗ କରିବେ ଭାରତ-ମାଲଦ୍ୱୀପ: ମୋଦି

ନୂଆଦିଲ୍ଲୀ,୨୧ ।୯: କରୋନା ମହାମାରୀ ସାରା ବିଶ୍ୱର ଅର୍ଥନୀତିକୁ ଦୋହଲାଇ ଦେଇଥିବା ବେଳେ ଏବେ ଭାରତ-ମାଲଦ୍ୱୀପ ଏହି କରୋନା ଯୁଦ୍ଧରେ ଲଢିବାକୁ ପରସ୍ପରକୁ ସହଯୋଗ କରିବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନା ମହାମାରୀ ଯୋଗୁ ମାଲଦ୍ୱୀପର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ପଡିଥିବା ବେଳେ ଭାରତ ମାଲଦ୍ୱୀପକୁ ୨୫୦ ମିଲିୟନ ଆମେରିକୀୟ ଡଲାର ଋଣ ଆକାରରେ ପ୍ରଦାନ କରିଛି । ଏହାପରେ ମାଲଦ୍ୱୀପର ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିହ ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି । ଏହାପରେ ମୋଦି ଟୁଇଟ୍ କରି କହିଛନ୍ତି ଘନିଷ୍ଠ ବନ୍ଧୁ ତଥା ପଡୋଶୀ ଦେଶ ଭାବେ କରୋନା ମହାକାରୀ ଯୋଗୁ ଉପୁଜିଥିବା ସ୍ୱାସ୍ଥ୍ୟ ଓ ଆର୍ଥିକ ସମସ୍ୟା ବିରୋଧରେ ଲଢିବାକୁ ଉଭୟ ଦେଶ ପରସ୍ପରକୁୁ ସହଯୋଗ କରିବ । ଏହା ପୂର୍ବରୁ ମାଲଦ୍ୱୀପ ରାଷ୍ଟ୍ରପତି ଭାରତ ସରକାରଙ୍କୁ କୃତଜ୍ଞତା ଜଣାଇ କହିଛନ୍ତି, ଯେତେବେଳେ ବି ମାଲଦ୍ୱୀପ ବନ୍ଧୁ ଖୋଜିଛି ସବୁବେଳେ ନୂଆଦିଲ୍ଲୀ ସହଯୋଗର ହାତ ବଢାଇଛି । ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥା ପ୍ରତିଟି ଭାରତୀୟଙ୍କୁ ଆନ୍ତରିକ ଧନ୍ୟବାଦ ଦେଇଛନ୍ତି । ସୂଚନାଯୋଗ୍ୟ, ଆର୍ଥିକ ସହାୟତା ପାଇଁ ମାଲଦ୍ୱୀପ ରାଷ୍ଟ୍ରପତି ମୋଦିଙ୍କୁ କରିଥିବା ଅନୁରୋଧର ଉତ୍ତରରେ ଏହି ଋଣ ବୃଦ୍ଧି କରାଯାଇଛି । ତେବେ ଚଳିତ ବର୍ଷ ଆରମ୍ଭରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଓ ମାଲଦ୍ୱୀନ ବୈଦେଶିକ ମନ୍ତ୍ରୀ ଅବଦୁଲ୍ଲା ସହିଦଙ୍କ ମଧ୍ୟରେ ଏକ ଭଚ୍ରୁ୍ର‌୍ୟଆଲ ବୈଠକ ପରେ ଏହି ଘୋଷଣା କରାଯାଇଥିଲା । ଏବେ ଋଣ ପାଇବା ପରେ ମାଲଦ୍ୱୀପର ବୈଦେଶିକ ମନ୍ତ୍ରୀ ଭାରତକୁ ଧନ୍ୟବାଦ ଦେବା ସହ ଭାରତ ମାଲଦ୍ୱୀପର ମହାନ୍ ମିତ୍ର ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?