ଅର୍ଥନୈତିକ, ସାମାଜିକ ପ୍ରଗତି ପଥରେ ଭାରତ-ମରିସସ୍‌ ପରସ୍ପରର ସାଥୀ

ପୋର୍ଟ ଲୁଇସ୍‌, ୧୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମରିସସ୍‌ ପ୍ରଧାନମନ୍ତ୍ରୀ ନବୀନ ଚନ୍ଦ୍ର ରାମଗୁଲାମଙ୍କ ଉପସ୍ଥିରେ ବୁଧବାର ୨ ଦେଶ ମଧ୍ୟରେ ଆପରାଧିକ ଯାଞ୍ଚ୍‌, ସାମୁଦ୍ରିକ ଟ୍ରାଫିକ ନୀରିକ୍ଷଣ, ଭିତ୍ତିଭୂମି କୂଟନୀତି, ବାଣିଜ୍ୟ, ଦକ୍ଷତା ବୃଦ୍ଧି, ମହାସାଗର ଅର୍ଥନୀତି ଆଦି ବିଭିନ୍ନ କ୍ଷେତ୍ରରେ ୮ଟି ଚୁକ୍ତି ସ୍ବାକ୍ଷର ହୋଇଛି। ଏହି ଅବସରରେ ମୋଦି କହିଛନ୍ତି, ଭାରତ ମରିସସ୍‌ ସମ୍ପର୍କ କେବଳ ଭାରତ ମହାସାଗରରେ ନୁହେଁ ବରଂ ଉଭୟ ଦେଶର ସାଂସ୍କୃତିକ ପରମ୍ପରା ଓ ମୂଲ୍ୟବୋଧ ପରସ୍ପର ସହ ଜଡ଼ିତ। ଅର୍ଥନୈତିକ ଏବଂ ସାମାଜିକ ପ୍ରଗତି ପଥରେ ଉଭୟ ପରସ୍ପରର ସାଥୀ। ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ଏବଂ କୋଭିଡ୍‌ ମହାମାରୀ ସମୟରେ ଉଭୟ ଦେଶ ପରସ୍ପରକୁ ସହଯୋଗ କରିଆସୁଛନ୍ତି।

ଏହାସହ ବୁଧବାର ଉଭୟ ନେତା ମରିସସ୍‌ର ରେଡୁଇଟ୍‌ଠାରେ ‘ଅଟଳ ବିହାରୀ ବାଜପେୟୀ ଇନ୍‌ଷ୍ଟିଟ୍ୟୁଟ୍‌ ଅଫ୍‌ ପବ୍ଲିକ ସର୍ଭିସ୍‌ ଆଣ୍ଡ୍‌ ଇନୋଭେସନ’ର ଉଦଘାଟନ କରିଥିଲେ। ଭାରତ-ମରିସସ୍‌ ଦ୍ୱିପାକ୍ଷୀକ ବିକାଶ ଭାଗିଦାରୀ ଅଧୀନରେ କାର୍ଯ୍ୟକାରୀ ହୋଇଥିବା ଏହି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମରିସସ୍‌ର ଦକ୍ଷତା ବୃଦ୍ଧି ଦିଗରେ ଭାରତର ପ୍ରତିବଦ୍ଧତାକୁ ଦର୍ଶାଉଛି ବୋଲି ମୋଦି କହିଛନ୍ତି। ସେହିପରି ବୁଧବାର ଅନୁଷ୍ଠିତ ହୋଇଥିବା ମରିସସ୍‌ର ଜାତୀୟ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକୀୟ ବାୟୁସେନା ଘାଟିରେ କ୍ଷେପଣାସ୍ତ୍ର ମାଡ଼

ତେହେରାନ,୧୦।୯: ଜୋର୍ଡାନସ୍ଥିତ ଏକ ଆମେରିକୀୟ ବାୟୁସେନା ଘାଟି ଉପରେ ଇରାନର ସାମରିକ ଆକ୍ରମଣରେ ଆମେରିକାର ଏକାଧିକ ଯୁଦ୍ଧ ବିମାନ କ୍ଷତିଗ୍ରସ୍ତ ହୋଇଛି। ସିବିଏସ୍‌ ରିପୋର୍ଟ ଅନୁଯାୟୀ ଆକ୍ରମଣରେ…

ଏହି ଦିନ ଇରାନ ସହ ଯୁଦ୍ଧ ବନ୍ଦ କରିବ ଆମେରିକା, ଟ୍ରମ୍ପ କଲେ ବଡ଼ ଦାବି

ଓ୍ବାଶିଂଟନ,୧୦।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଆରମ୍ଭ ହେବାର ଛଅ ମାସରୁ ଅଧିକ ସମୟ ବିତିଗଲାଣି। ଫେବୃଆରୀ ୨୮ ରେ ଆମେରିକା ଏବଂ ଇସ୍ରାଏଲ ଇରାନ…

ଭାରତ ଗସ୍ତ କରିବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନ; ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀରେ ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଅଂଶଗ୍ରହଣ ନ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦିଆଯାଇଛି।…

ମୋଦିଙ୍କ ନିମନ୍ତ୍ରଣ କ୍ରମେ ଭାରତ ଆସିବେ ସି ଜିନପିଙ୍ଗ, ଜାଣନ୍ତୁ କ’ଣ ରହିଛି ଏହା ପଛର କାରଣ

ନୂଆଦିଲ୍ଲୀ/ବେଜିଂ,୧୦।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଗସ୍ତ କରିବେ। ଦିଲ୍ଲୀକୁ ସି-ଙ୍କ ଗସ୍ତ ନେଇ କିଛି ସମୟ…

WHOରୁ ଇସ୍ତଫା ଦେଲେ ଶେଖ୍‌ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…

ଢାକା,୧୦ା୯: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଝିଅ ସାଇମା ଓ୍ବାଜେଦ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO)ର ଦକ୍ଷିଣ-ପୂର୍ବ ଏସିଆ କ୍ଷେତ୍ରୀୟ ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି।…

ଜେଲେନସ୍କିଙ୍କ ବିମାନକୁ ଧକ୍କା ଦେଇଥାନ୍ତା ଡ୍ରୋନ! ଅଳ୍ପକେ ବର୍ତ୍ତିଲେ ୟୁକ୍ରେନ ରାଷ୍ଟ୍ରପତି, ସୁରକ୍ଷାରେ ବଡ଼ ତ୍ରୁଟି

ଓସ୍ଲୋ: ୟୁକ୍ରେନ୍‌ର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ବିମାନ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିବା ଖବର ସାମ୍ନାକୁ ଆସିଛି। ମୋଲଦୋଭାରୁ ନରୱେ ଯାଉଥିବା ସମୟରେ ତାଙ୍କ ବିମାନ…

ହର୍ମୁଜ୍‌ ସମୁଦ୍ର ତଳେ ଚାଲୁଥିବା ଆମେରିକା ଡ୍ରୋନ୍‌କୁ କବ୍‌ଜା କରିଛି ଇରାନ, ଦାବି କରି କହିଲା…

ଓ୍ବାଶିଂଟନ,୯ା୯: ହର୍ମୁଜ୍‌ ଜଳପଥର ପ୍ରବେଶପଥଠାରେ ଆମେରିକାର ଏକ କର୍ମଚାରୀବିହୀନ ସମୁଦ୍ର ତଳ ଯାନ (ଡ୍ରୋନ୍‌)କୁ କବ୍‌ଜା କରିଥିବା ଇରାନର ରିଭଲ୍ୟୁଶନାରି ଗାର୍ଡସ ଦାବି କରିଛି। ସାମରିକ କାର୍ଯ୍ୟାନୁଷ୍ଠାନରେ…

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri