Posted inଖେଳ

ଗୁଡ଼ାଏ ଏକ୍ସପେରିମେଣ୍ଟ କରିପାରନ୍ତି ଡ୍ରାଭିଡ୍‌

କୋଲକାତା,୨୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଚଳିତ ଟି୨୦ ସିରିଜରେ କ୍ଲିନ୍‌ ସୁଇପ୍‌ କରିବା ଲକ୍ଷ୍ୟରେ ରହିଛି ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ। ଐତିହାସିକ ଇଡେନ ଗାର୍ଡେନ ଷ୍ଟାଡିୟମରେ ରବିବାର ଦୁଇ ଦଳ ମଧ୍ୟରେ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ ଖେଳାଯିବ। ୨-୦ରେ ସିରିଜ୍‌ ଜିତି ସାରିଥିବାରୁ ମାଚ୍‌ରେ ଗୁଡ଼ାଏ ଏକ୍ସପେରିମେଣ୍ଟ କରିପାରନ୍ତି ଭାରତୀୟ ଦଳର ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ୍‌।

ପ୍ରଥମ ଦୁଇଟି ମ୍ୟାଚ୍‌ରେ ରୋହିତ ଟସ୍‌ ଜିତିବା ପରେ ଭାରତର କାମ ସହଜ ହୋଇଯାଇଥିଲା। ଡେଥ୍‌ ଓଭରରେ ଘରୋଇ ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଯୋଗୁ ଉଭୟ ମ୍ୟାଚ୍‌ରେ ବଡ଼ ସ୍କୋର ଛିଡ଼ା କରିପାରି ନ ଥିଲା ନ୍ୟୁଜିଲାଣ୍ଡ। ଆଉ ଭାରତ ପାଇଁ କେବଳ ଟପ୍‌ ୩ ବ୍ୟାଟର କାମ ଶେଷ କରି ଦେଉଛନ୍ତି। ଏଭଳି ପରିସ୍ଥିତିରେ ଋତୁରାଜ ଗାଏକ୍ୱାଡ, ଆଭେଶ ଖାଁ ଓ ଇଶାନ କିଷନଙ୍କୁ ସୁଯୋଗ ମିଳିବ ବୋଲି ଆଶା କରାଯାଉଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ସର୍ବାଧିକ ରନ ସଂଗ୍ରହ କରି ଅରେଞ୍ଜ କ୍ୟାପ୍‌ ହାସଲକାରୀ ଋତୁରାଜଙ୍କୁ ଟପ୍‌-୩ରେ ବ୍ୟାଟିଂ କରିବାକୁ ସୁଯୋଗ ମିଳିପାରେ। ଟପ୍‌ ଅର୍ଡରରେ ସେ ଶ୍ରେଷ୍ଠ ପ୍ରଦର୍ଶନ କରନ୍ତି। ତେବେ ତାଙ୍କ ପାଇଁ ଦଳର ଅଧିନାୟକ କିମ୍ବା ଉପ ଅଧିନାୟକଙ୍କ ମଧ୍ୟରୁ ଜଣଙ୍କୁ ବାଦ୍‌ ଦେବାକୁ ପଡ଼ିବ। ରାହୁଲଙ୍କୁ ବିଶ୍ରାମ ଦେବା ଶ୍ରେୟସ୍କର ହେବ। କାରଣ ସେ ଆଗାମୀ ଟେଷ୍ଟ ସିରିଜରେ ମଧ୍ୟ ଖେଳିବେ।

ସେହିପରି ବୋଲିଂ ବିଭାଗରେ ଆଭେସ ଖାଁଙ୍କୁ ସୁଯୋଗ ମିଳିପାରେ। ଯଦି ତାଙ୍କୁ ଦଳରେ ନିଆଯାଏ, ତେବେ ଦୀପକ ଚହର କିମ୍ବା ଅଭିଜ୍ଞ ଭୁବନେଶ୍ୱର କୁମାର ମଧ୍ୟରୁ ଜଣଙ୍କୁ ବସିବାକୁ ପଡ଼ିବ। ଅକ୍ଷର ପଟେଲ କିମ୍ବା ରବିଚନ୍ଦ୍ରନ ଅଶ୍ୱିନଙ୍କ ବଦଳରେ ଦଳକୁ ଫେରିପାରନ୍ତି ୟୁଜବେନ୍ଦ୍ର ଚହଲ।

କ୍ରମାଗତ ଭାବେ ଖେଳି ଆସୁଥିବା ଉଇକେଟକିପର ବ୍ୟାଟର ରିଷଭ ପନ୍ତଙ୍କୁ ବିଶ୍ରାମ ଦିଆଯାଇ ଇଶାନ କିଶନଙ୍କୁ ଅନ୍ତିମ ମ୍ୟାଚ୍‌ରେ ଖେଳାଯିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri