Posted inଖେଳ

ଗୁଡ଼ାଏ ଏକ୍ସପେରିମେଣ୍ଟ କରିପାରନ୍ତି ଡ୍ରାଭିଡ୍‌

କୋଲକାତା,୨୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଚଳିତ ଟି୨୦ ସିରିଜରେ କ୍ଲିନ୍‌ ସୁଇପ୍‌ କରିବା ଲକ୍ଷ୍ୟରେ ରହିଛି ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ। ଐତିହାସିକ ଇଡେନ ଗାର୍ଡେନ ଷ୍ଟାଡିୟମରେ ରବିବାର ଦୁଇ ଦଳ ମଧ୍ୟରେ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ ଖେଳାଯିବ। ୨-୦ରେ ସିରିଜ୍‌ ଜିତି ସାରିଥିବାରୁ ମାଚ୍‌ରେ ଗୁଡ଼ାଏ ଏକ୍ସପେରିମେଣ୍ଟ କରିପାରନ୍ତି ଭାରତୀୟ ଦଳର ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ୍‌।

ପ୍ରଥମ ଦୁଇଟି ମ୍ୟାଚ୍‌ରେ ରୋହିତ ଟସ୍‌ ଜିତିବା ପରେ ଭାରତର କାମ ସହଜ ହୋଇଯାଇଥିଲା। ଡେଥ୍‌ ଓଭରରେ ଘରୋଇ ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଯୋଗୁ ଉଭୟ ମ୍ୟାଚ୍‌ରେ ବଡ଼ ସ୍କୋର ଛିଡ଼ା କରିପାରି ନ ଥିଲା ନ୍ୟୁଜିଲାଣ୍ଡ। ଆଉ ଭାରତ ପାଇଁ କେବଳ ଟପ୍‌ ୩ ବ୍ୟାଟର କାମ ଶେଷ କରି ଦେଉଛନ୍ତି। ଏଭଳି ପରିସ୍ଥିତିରେ ଋତୁରାଜ ଗାଏକ୍ୱାଡ, ଆଭେଶ ଖାଁ ଓ ଇଶାନ କିଷନଙ୍କୁ ସୁଯୋଗ ମିଳିବ ବୋଲି ଆଶା କରାଯାଉଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ସର୍ବାଧିକ ରନ ସଂଗ୍ରହ କରି ଅରେଞ୍ଜ କ୍ୟାପ୍‌ ହାସଲକାରୀ ଋତୁରାଜଙ୍କୁ ଟପ୍‌-୩ରେ ବ୍ୟାଟିଂ କରିବାକୁ ସୁଯୋଗ ମିଳିପାରେ। ଟପ୍‌ ଅର୍ଡରରେ ସେ ଶ୍ରେଷ୍ଠ ପ୍ରଦର୍ଶନ କରନ୍ତି। ତେବେ ତାଙ୍କ ପାଇଁ ଦଳର ଅଧିନାୟକ କିମ୍ବା ଉପ ଅଧିନାୟକଙ୍କ ମଧ୍ୟରୁ ଜଣଙ୍କୁ ବାଦ୍‌ ଦେବାକୁ ପଡ଼ିବ। ରାହୁଲଙ୍କୁ ବିଶ୍ରାମ ଦେବା ଶ୍ରେୟସ୍କର ହେବ। କାରଣ ସେ ଆଗାମୀ ଟେଷ୍ଟ ସିରିଜରେ ମଧ୍ୟ ଖେଳିବେ।

ସେହିପରି ବୋଲିଂ ବିଭାଗରେ ଆଭେସ ଖାଁଙ୍କୁ ସୁଯୋଗ ମିଳିପାରେ। ଯଦି ତାଙ୍କୁ ଦଳରେ ନିଆଯାଏ, ତେବେ ଦୀପକ ଚହର କିମ୍ବା ଅଭିଜ୍ଞ ଭୁବନେଶ୍ୱର କୁମାର ମଧ୍ୟରୁ ଜଣଙ୍କୁ ବସିବାକୁ ପଡ଼ିବ। ଅକ୍ଷର ପଟେଲ କିମ୍ବା ରବିଚନ୍ଦ୍ରନ ଅଶ୍ୱିନଙ୍କ ବଦଳରେ ଦଳକୁ ଫେରିପାରନ୍ତି ୟୁଜବେନ୍ଦ୍ର ଚହଲ।

କ୍ରମାଗତ ଭାବେ ଖେଳି ଆସୁଥିବା ଉଇକେଟକିପର ବ୍ୟାଟର ରିଷଭ ପନ୍ତଙ୍କୁ ବିଶ୍ରାମ ଦିଆଯାଇ ଇଶାନ କିଶନଙ୍କୁ ଅନ୍ତିମ ମ୍ୟାଚ୍‌ରେ ଖେଳାଯିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri