Posted inଜାତୀୟ

ଶହବାଜ ଶରିଫଙ୍କ ବୟାନକୁ ନେଇ ଭାରତର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୯ ।୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ଶାନ୍ତି ବାଲା ବୟାନକୁ ନେଇ ଗୁରୁବାର ଜବାବ ରଖିଛି ଭାରତ । ଏହାକ ୁନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି କି ଯେପର୍ଯ୍ୟନ୍ତ ଆତଙ୍କବାଦ ଶେଷ ହୋଇନାହିଁ ସେପର୍ଯ୍ୟନ୍ତ କଥାବାର୍ତ୍ତା ସମ୍ଭବ ନୁହେଁ ।
ଭାରତୀୟ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି କହିଛନ୍ତି, ଆମେ ବି ପାକିସ୍ତାନ ସହ ସବୁବେଳେ ସାମାନ୍ୟ ସମ୍ପର୍କ ଚାହୁଁଥିଲୁ । ହେଲେ ଏଥିପାଇଁ ଭାରତ ସବୁବେଳେ କହୁଥିଲା ଆତଙ୍କବାଦକୁ ଦୂରେଇ ଦିଆଯାଉ । ଏହି ଜବାବ ଭାରତ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ବୟାନକୁ ନେଇ ଦେଇଛି । ନିକଟରେ ପାକିସ୍ତାନ ପ୍ରଧାନମନ୍ତ୍ରୀ କହିଥିଲେ ସେ ବୁଦ୍ଧି ଶିଖି ସାରିଛନ୍ତି, ଏବେ ପାକିସ୍ତାନ ଭାରତ ସହ ଶାନ୍ତିରେ ରହିବାକୁ ଚାହୁଁଛି । ଶରିଫ ଆହୁରି ମଧ୍ୟ କହିଥିଲେ କି ଉଭୟ ପଡୋଶୀ ଦେଶ ବୋମା ଓ ଗୋଳାବାରୁଦରେ ନିଜ ସଂସାଧନକୁ ନଷ୍ଟ ନ କରିବା ଭଲ ।
ଶହବାଜ ଶରିଫ ସୋମବାର ଦୁବଇ ସ୍ଥିତ ଅଲ ଅରବିୟା ସମାଚାର ଚ୍ୟାନେଲକୁ ଦେଇଥିବା ସାକ୍ଷାତ୍ କାରରେ କହିଥିଲେ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ କଶ୍ମୀର ପ୍ରସଙ୍ଗ ତଥା ପାକିସ୍ତାନରେ ଉତ୍ପନ୍ନ ହୋଇଥିବା ସୀମାପାର ଆତଙ୍କବାଦକୁ ନେଇ ଉତ୍ତେଜନା ପୂର୍ଣ୍ଣ ରିହିଛି । ଶରିଫ କହିଥିଲେ ଭାରତ ସହ ଆମେ ୩ଟି ଯୁଦ୍ଧ ଲଢି ସାରିଛୁ ଏଥିରୁ ଆମେ ବୁଦ୍ଧି ଶିଖି ସାରିଛୁ ତା’ସହ ଏହି ଯୁଦ୍ଧ ପରେ ପାକିସ୍ତାନରେ ଦୁଃଖ, ଗରିବି ଓ ବେରୋଜଗାରୀ ଉତ୍ପନ୍ନ ହୋଇଛି ।
ସେ କହିଥିଲେ ଭାରତୀୟ ନେତୃତ୍ୱ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୋର ବାର୍ତ୍ତା , ଆସନ୍ତୁ ଆଲୋଚନା ଟେବୁଲରେ ବସି କଶ୍ମୀର ଭଳି ଜ୍ୱଳନ୍ତ ପ୍ରସଙ୍ଗର ସମାଧାନ କରିବାକୁ ଗମ୍ଭିର ଓ ବିଶ୍ୱାସନୀୟ ଭାବେ କଥାବାର୍ତ୍ତା ହେବା ।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?