Posted inଜାତୀୟ

ଆଜି ମୁମ୍ବାଇରେ ଇଣ୍ଡିଆ ବୈଠକ

ମୁମ୍ବାଇ/ନୂଆଦିଲ୍ଲୀ,୩୧ା୮: ବିରୋଧୀ ବ୍ଲକ୍‌ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟାଲ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ)ର ତୃତୀୟ ବୈଠକ ଗୁରୁବାର ମୁମ୍ବାଇରେ ଆରମ୍ଭ ହେବ। ଏହି ୨ ଦିନିଆ ସମାବେଶରେ ମେଣ୍ଟ ପାଇଁ ଏକ ସମନ୍ବୟ ସମିତି ଘୋଷଣା ସହ ଲୋଗୋ ଜାରି କରାଯିବ। ପରସ୍ପର ମଧ୍ୟରେ ଥିବା ମତଭେଦକୁ ଦୂରକରି ୨୦୨୪ ଲୋକ ସଭା ନିର୍ବାଚନ ସକାଶେ ଇଣ୍ଡିଆ ପକ୍ଷରୁ ମିଳିତ ରଣନୀତି ପ୍ରସ୍ତୁତ କରାଯିବ। ମେଣ୍ଟର ସମାନ ସର୍ବନିମ୍ନ କାର୍ଯ୍ୟସୂଚୀ ଚିଠା ପ୍ରସ୍ତୁତ, ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ଲାଗି ମିଳିତ ଯୋଜନା ଏବଂ ଆସନ ଭାଗବଣ୍ଟା କରିବା ପାଇଁ କେତୋଟି କମିଟି ମଧ୍ୟ ଗଠନ କରାଯିବ। ବର୍ତ୍ତମାନର ସରକାରଙ୍କ ନକାରାମତ୍କ ନୀତିଗୁଡ଼ିକ ବିରୋଧରେ ଏକ ବିକଳ୍ପ ଛିଡ଼ା କରାଇବା ପାଇଁ ମୁମ୍ବାଇ ବୈଠକରୁ ସ୍ପଷ୍ଟ ରୋଡ୍‌ମ୍ୟାପ ମିଳିବ ବୋଲି ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ନେତା ମନୋଜ ଝା କହିଛନ୍ତି।

ବ୍ଲକ୍‌ ଦିଲ୍ଲୀରେ ଏକ ସେକ୍ରେଟାରିଏଟ୍‌ ଗଠନ କରିବାକୁ ଯାଉଛି, ଯେଉଁଠି ଏହାର ଅଂଶୀଦାର ଦଳଗୁଡ଼ିକ ମଧ୍ୟରେ ସମନ୍ବୟ ରକ୍ଷା କରାଯାଇପାରିବ। ଏହାବାଦ୍‌ ମେଣ୍ଟର ସଂଯୋଜକ କିମ୍ବା ଅଧ୍ୟକ୍ଷ ନିଯୁକ୍ତି ସମ୍ପର୍କରେ ମଧ୍ୟ ଆଲୋଚନା ହେବ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସଂଯୋଜକ ପଦ ଦୌଡ଼ରେ ଆଗୁଆ ଥିବା କୁହାଯାଉଛି। ସେହିପରି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ମେଣ୍ଟର ମୁଖ୍ୟ ଘୋଷଣା କରାଯାଇପାରେ। ବର୍ତ୍ତମାନ ଇଣ୍ଡିଆରେ ୨୬ ଦଳ ଥିବାବେଳେ ମୁମ୍ବାଇ ବୈଠକରେ ଆଉ କେତୋଟି ଦଳକୁ ସାମିଲ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri