Posted inଜାତୀୟ

କରୋନା ଟିକାକରଣରେ ହେବ ମୋବାଇଲ ଟେକ୍ନୋଲୋଜିର ବ୍ୟବହାର: ମୋଦି

ନୂଆଦିଲ୍ଲୀ,୮ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଇଣ୍ଡିଆନ ମୋବାଇଲ କଂଗ୍ରେସ(ଆଇଏମ୍‌ସି)୨୦୨୦କୁ ସମ୍ବୋଧନ କରିବା ଅବସରରେ ଦେଶରେ ୫ଜି ଟେକ୍‌ନିକ୍‌କୁ ଠିକ୍ ସମୟରେ ଲଞ୍ଚ କରିବା ପାଇଁ ମିଳିମିଶି କାମ କରିବାକୁ ଆହ୍ୱାନ ଦେଇଛନ୍ତି । ସେ କହିଛନ୍ତି ଏହା ଚିନ୍ତା କରିବା ଓ ଏହି ଯୋଜନାକୁ ପ୍ରସ୍ତୁତ କରିବା ମହତ୍ୱପୂର୍ଣ୍ଣ ହେବ ଯେ ଆମେ ଆଗାମୀ ପ୍ରଦ୍ୟୋଗିକ କ୍ରାନ୍ତି ସହ ଜୀବନକୁ କେମିତି ଆହୁରି ଭଲ ଭାବେ ବିତାଇ ପାରିଛେ । ଆଇଏମସି ୨୦୨୦ର ଆୟୋଜନ ଭାରତ ସରକାରଙ୍କ ଦୂର ସଂଚାର ବିଭାଗ ଓ ସେଲ୍ୟୁଲର ଅପରେଟର୍ସ ଆସୋସିଏଶନ ଅଫ୍ ଇଣ୍ଡିଆ(ସିଓଏଆଇ)ଦ୍ୱାରା କରାଯାଇଥିଲା । ଏହା ୮-୧୦ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ । ଅନ୍ୟପଟେ କରୋନା ମହାମାରୀକୁ ନେଇ ବିକଶିତ କରାଯାଉଥିବା ଟିକା ଖୁବଶୀଘ୍ର ଉବଲବ୍ଧ ହେବା ସମ୍ମାବନା ଥିବା ବେଳେ ମୋଦି କହିଛନ୍ତି କୋଭିଡ-୧୯ ଟିକାକରଣ ଅଭିଯାନରେ ମୋବାଇଲ ଟେକ୍ନୋଲୋଜିର ବ୍ୟବହାର କରାଯିବ । ଏହାଦ୍ୱାରା ଅରବ ଡଲାର ଲାଭ ସହ ଲାଭାର୍ଥି ପର୍ଯ୍ୟନ୍ତ ସଫଳତାର ସହ ଏହା ପହଞ୍ଚିବ । ତେଣୁ ମୋବାଇଲ ଟେକ୍ନୋଲୋଜି ଦ୍ୱାରା ହିଁ ଦେଶରେ କୋଭିଡ-୧୯ ଟିକାକରଣ ଆଗକୁ ବଢି ପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri