Posted inଖେଳ

ଭାରତ ଚତୁର୍ଥ ସ୍ଥାନକୁ ଉନ୍ନୀତ

ନୂଆଦିଲ୍ଲୀ, ୧୭ା୩ (ପି.ଟି.):ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ତରଫରୁ ସଦ୍ୟ ପ୍ରକାଶିତ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତ ଚତୁର୍ଥ ସ୍ଥାନକୁ ଉନ୍ନୀତ ହୋଇଛି। ରାଉରକେଲାରେ ଅନୁଷ୍ଠିତ ପ୍ରୋ-ହକି ଲିଗ୍‌ରେ ବିଶ୍ୱ ଚାମ୍ପିୟନ ଜର୍ମାନୀ ଓ ଅଷ୍ଟ୍ରେଲିଆ ବିପକ୍ଷରେ ପଛକୁ ପଛ ବିଜୟ ଦ୍ୱାରା ଏହା ଘଟିଛି। ଭାରତ ହକି ପାଓ୍ବାର ହାଉସ୍‌ ଅଷ୍ଟ୍ରେଲିଆଠାରୁ ଆଗରେ ରହିଛି। ଅଷ୍ଟ୍ରେଲିଆ ବର୍ତ୍ତମାନ ଗୋଟିଏ ସ୍ଥାନ ନିମ୍ନ ୫ମକୁ ଖସି ଆସିଛି। ଜାନୁୟାରୀରେ ଓଡ଼ିଶାରେ ବିଶ୍ୱକପ୍‌ ଟାଇଟଲ ଜିତିବା ପରେ ର଼୍ୟାଙ୍କିଙ୍ଗ ତାଲିକାର ଶୀର୍ଷ ସ୍ଥାନ ଅଧିକାର କରିନେଇଥିବା ଜର୍ମାନୀ ପଛକୁ ପଛ ଦୁଇଟି ମ୍ୟାଚରେ ଭାରତଠାରୁ ପରାଜିତ ହେବାରୁ ଦୁଇ ସ୍ଥାନ ଖସି ତୃତୀୟ ସ୍ଥାନକୁ ଚାଲିଆସିଛି। ବିର୍ସାମୁଣ୍ଡା ଷ୍ଟାଡିୟମରେ ଜର୍ମାନୀ ଓ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିଥିବା ସମସ୍ତ ଦୁଇ ଦୁଇଟି ମ୍ୟାଚରେ ଭାରତ ବିଜୟ ହାସଲ କରିଥିଲା। ଗତ ଜାନୁୟାରୀରେ ଭୁବନେଶ୍ୱରରେ ଅନୁଷ୍ଠିତ ବିଶ୍ୱକପ୍‌ରେ ଭାରତ ପ୍ରିକ୍ୱାର୍ଟରରୁ ବିଦାୟ ନେଇଥିଲା।
ଜର୍ମାନୀ ବିପକ୍ଷ ଡବଲ ଲେଗ୍‌ ବିଶିଷ୍ଟ ମ୍ୟାଚ ଭାରତ ୩-୨, ୬-୩ରେ ଜିତିଥିଲା। ସେହିପରି ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ୫-୪ ଏବଂ ୪-୩ ପେନାଲ୍ଟି ଶୁଟଆଉଟରେ ବିଜୟୀ ହୋଇଥିଲା। ଏହି ସମସ୍ତ ମ୍ୟାଚରେ ବିଜୟ ଦ୍ୱାରା ହରମନପ୍ରୀତ ସିଂଙ୍କ ନେତୃତ୍ୱାଧୀନ ଭାରତ ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନ ଅଧିକାର କରିଛି। ଏହାଛଡ଼ା ର଼୍ୟାଙ୍କିଙ୍ଗ ତାଲିକାରେ ଚତୁର୍ଥରୁ ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇ ପାରିଛି। ସଦ୍ୟ ପ୍ରକାଶିତ ର଼୍ୟାଙ୍କିଙ୍ଗ ତାଲିକାରେ ବିଶ୍ୱକପ୍‌ ବ୍ରୋଞ୍ଜ ବିଜେତା ନେଦରଲାଣ୍ଡ୍ସ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ରନରଅପ୍‌ ବେଲଜିୟମ ଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri