Posted inଖେଳ

ଭାରତ ଆଗରେ ୩୧୨ ରନ୍‌ର ବିଜୟ ଲକ୍ଷ୍ୟ

ପୋର୍ଟ-ଅଫ୍‌-ସ୍ପେନ,୨୪ା୭: କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ରବିବାର ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଦ୍ବିତୀୟ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ୱେଷ୍ଟଇଣ୍ଡିଜର ପାଳି ଆରମ୍ଭ କରିଥିଲେ ବ୍ୟାଟର ଶାଇ ହୋପ ଏବଂ କାଇଲ ମେୟର୍ସ। ପ୍ରାରମ୍ଭିକ ବ୍ୟାଟର ଶାଇ ହୋପଙ୍କ ଶତକୀୟ ଇନିଂସ(୧୩୫ ବଲ୍‌ରେ ୧୧୫ ରନ୍‌, ୮ ଚୌକା ଏବଂ ୩ ଛକା) ବଳରେ ୱେଷ୍ଟଇଣ୍ଡିଜ ନିର୍ଦ୍ଧାରିତ ୫୦ ଓଭରରେ ୬ ଉଇକେଟ ହରାଇ ୩୧୧ ରନ୍‌ କରିଛି। ଫଳରେ ଭାରତ ଆଗରେ ୩୧୨ ରନ୍‌ ବିଜୟ ଟାର୍ଗେଟ ରହିଛି ୱେଷ୍ଟଇଣ୍ଡିଜ।

ୱେଷ୍ଟଇଣ୍ଡିଜ ଆରମ୍ଭରୁ ଦମ୍‌ଦାର ପ୍ରଦର୍ଶନ କରିଥିଲା। ଓପନିଂ ଯୋଡି ପ୍ରଥମ ଉଇକେଟରେ ୬୫ ରନ୍‌ କରିଥିଲେ। କାଇଲ ମେୟର୍ସ ୨୩ଟି ବଲ ଖେଳି ୩୯ ରନ୍‌ କରିଥିଲେ। ଏଥିରେ ୬ଟି ଚୌକା ଏବଂ ଗୋଟିଏ ଛକା ରହିଥିଲା। ସେହିପରି ସମର ବ୍ରୁକ ଓ ଶାଇ ହୋପଙ୍କ ଯୋଡି ମଧ୍ୟ ପ୍ରଭାବି ବ୍ୟାଟିଂ କରିଥିଲେ। ହେଲେ ସମର ୩୫ ରନ୍‌ କରି ଆଉଟ ହୋଇଯାଇଥିଲେ। ମଧ୍ୟମ କ୍ରମ ବ୍ୟାଟର ବ୍ରେଣ୍ଡନ୍‌ କିଙ୍ଗ ୫ଟି ବଲ ସାମ୍ନା କରି ଖାତା ଖୋଲିପାରି ନ ଥିଲେ। ୱେଷ୍ଟଇଣ୍ଡିଜ ୧୩୦ ରନ୍‌ ବେଳକୁ ୩ଟି ଉଇକେଟ ହରାଇଥିଲା।

ଚତୁର୍ଥ ଉଇକେଟରେ ଶାଇ ହୋପ ଏବଂ ଅଧିନାୟକ ନିକୋଲସ ପୁରନଙ୍କ ମଧ୍ୟରେ ୧୧୭ ରନ୍‌ର ଭାଗିଦାରୀ ହୋଇଥିଲା। ଅଧିନାୟକ ନିକୋଲାସ ୭୭ଟି ବଲ ଖେଳି ୭୪ ରନ୍‌ କରିଥିଲେ। ରୋଭମ୍ୟାନ ପାୱେଲ ୧୩ ରନ୍‌ କରି ଆଉଟ ହୋଇଥିଲେ। ଭାରତୀୟ ବୋଲରଙ୍କ ମଧ୍ୟରେ ଶାର୍ଦ୍ଦୂଳ ଠାକୁର ୩ଟି ଏବଂ ଦୀପକ ହୁଦା, ଅକ୍ଷର ପଟେଲ ଓ ୟୁଜବେନ୍ଦ୍ର ଚହଲ ଗୋଟିଏ ଲେଖାଏଁ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri