ଦେଶକୁ ଏସ୍‌ବିଆଇ ଭଳି ୪-୫ ବ୍ୟାଙ୍କ ଆବଶ୍ୟକ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୬।୯: ଭାରତକୁ ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଭଳି ୪ରୁ ୫ ବୃହତ ବ୍ୟାଙ୍କର ଆବଶ୍ୟକତା ରହିଛି ବୋଲି ରବିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଦେଶର ବର୍ଦ୍ଧିିତ ଚାହିଦା ପୂରଣ ଦିଗରେ ଏହା ସହାୟକ ହୋଇପାରିବ। ମହାମାରୀ ପରବର୍ତ୍ତୀ ସମୟରେ ସୁଧାର ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଦିଗରେ ଏହା ଯୋଗଦାନ ରଖିବ ବୋଲି ସେ କହିଛନ୍ତି।
ମୁମ୍ବାଇଠାରେ ଇଣ୍ଡିଆନ ବ୍ୟାଙ୍କ ଆସୋସିଏଶନର ୭୪ତମ ବାର୍ଷିକ ସାଧାରଣ ବୈଠକରେ ଉଦବୋଧନ ଦେଇ ଅର୍ଥମନ୍ତ୍ରୀ କହିଛନ୍ତି, ଶିଳ୍ପ କ୍ଷେତ୍ରର ଚାହିଦା ପୂରଣ କରିବା ଲାଗି ବ୍ୟାଙ୍କିଙ୍ଗ୍‌ କାରବାରର ପରିସରକୁ ବଢ଼ାଇବା ଆବଶ୍ୟକ। ଦେଶର ପ୍ରତି ଅର୍ଥନୈତିକ ସେଣ୍ଟରଗୁଡିକରେ ବ୍ୟାଙ୍କର ଉପସ୍ଥିତି ତଥା ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ସୁବିଧା ଯୋଗାଣ ନେଇ ସେ ଆହ୍ବାନ ଦେଇଛନ୍ତି। ଭବିଷ୍ୟତର ଆବଶ୍ୟକତାକୁ ନଜରରେ ରଖି ଡିଜିଟାଲ ଟେକ୍ନୋଲୋଜି ଉପରେ ଧ୍ୟାନ ଦେବାକୁ ସେ ମତ ରଖିଛନ୍ତି। ଦେଶର ୭.୫ ଲକ୍ଷ ଗ୍ରାମ ପଞ୍ଚାୟରେ ଫାଇବାର ଅପ୍ଟିକାଲ ନେଟଓ୍ବର୍କ ରହିଛି। ବ୍ୟାଙ୍କ ସେବା ଉପଲବ୍ଧ ନ ଥିବା ସ୍ଥାନଗୁଡିକ ଲାଗି ଏହା ବ୍ୟବହାର କରାଯାଇପାରିବ। ୨୦୩୦ ସୁଦ୍ଧା ୨ ଲକ୍ଷ କୋଟି ଡଲାର ରପ୍ତାନି ଲକ୍ଷ୍ୟ ଦିଗରେ ବ୍ୟାଙ୍କଗୁଡିକ ଯୋଗଦାନ ରଖିବାକୁ ହେବ। ସରକାରୀ ସ୍ତରରେ ଡେଭଲପମେଣ୍ଟ ଫାଇନାନ୍ସିଆଲ ଇନଷ୍ଟିଚ୍ୟୁଶନ ଶୀଘ୍ର ଆସିବ। ବର୍ତ୍ତମାନ ସ୍ଥିତିରେ ଅର୍ଥ ବ୍ୟବସ୍ଥାର ମେରୁଦଣ୍ଡ ଭାବେ ବ୍ୟାଙ୍କ ଗୁଡିକ କାର୍ଯ୍ୟ କରିପାରିବେ ବୋଲି ଅର୍ଥମନ୍ତ୍ରୀ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri