Posted inଜାତୀୟ

ଭାରତ-ନେପାଳ ସମ୍ପର୍କ ସୁପରହିଟ୍‌ ପାଇଁ ନିଷ୍ପତ୍ତି: ମୋଦି

ନୂଆଦିଲ୍ଲୀ,୧ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ (ପ୍ରଚଣ୍ଡ)ଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ମନେ ପକାଇ ଦେଇଛନ୍ତି ଯେ, ୯ ବର୍ଷ ପୂର୍ବେ ଅର୍ଥାତ୍‌ ୨୦୧୪ରେ କାର୍ଯ୍ୟଭାର ଗ୍ରହଣ କରିବାର ତିନିମାସ ମଧ୍ୟରେ ସେ ନେପାଳ ଗସ୍ତରେ ଯାଇଥିଲେ। ସେତେବେଳେ ଭାରତ-ନେପାଳ ସମ୍ପର୍କ ପାଇଁ ଏକ ‘HIT’ (ହାଇଓ୍ବେ , ଆଇ-ଓ୍ବେ, ଏବଂ ଟ୍ରାନ୍ସ-ଓ୍ବେ) ସୂତ୍ର ଦିଆଯାଇଥିଲା। ପ୍ରଧାନମନ୍ତ୍ରୀ କହିଛନ୍ତି, ଭବିଷ୍ୟତରେ ଆମର ସହଭାଗିତାକୁ ସୁପରହିଟ୍‌ କରିବା ପାଇଁ ଆଜି ନୋପାଳ ପ୍ରଧାନମନ୍ତ୍ରୀ ଏବଂ ମୁଁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛୁ। ଆଜି ଗମନାଗମନ ଚୁକ୍ତି ହୋଇଛି।

ପ୍ରଧାନମନ୍ତ୍ରୀ ଗୁରୁବାର ନେପାଳର ପ୍ରଧାନମନ୍ତ୍ରୀଙ୍କ ସହ ଏକ ପ୍ରତିନିଧିସ୍ତରୀୟ ବୈଠକ କରିଛନ୍ତି। ଏହି ସମୟରେ ଅର୍ଥନୀତି, ଶକ୍ତି, ଭିତ୍ତିଭୂମି, ଶିକ୍ଷା କ୍ଷେତ୍ର ଏବଂ ଦୁଇ ଦେଶ ମଧ୍ୟରେ ଲୋକ-ସମ୍ପର୍କକୁ ମଜବୁତ କରିବା ଉପରେ ଆଲୋଚନା କରାଯାଇଥିଲା। ମୋଦି କହିଛନ୍ତି, ଆଜି ଭାରତ ଏବଂ ନେପାଳ ମଧ୍ୟରେ ‘ଦୀର୍ଘକାଳୀନ ଶକ୍ତି ବାଣିଜ୍ୟ ଚୁକ୍ତି’ ହୋଇଛି। ଏଥିରେ ଆମେ ଆସନ୍ତା ୧୦ ବର୍ଷ ମଧ୍ୟରେ ନେପାଳରୁ ୧୦ ହଜାର ମେଗାଓ୍ବାଟ ଶକ୍ତି ଆମଦାନୀ କରିବାକୁ ଏକ ଲକ୍ଷ୍ୟ ସ୍ଥିର କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri