Posted inଜାତୀୟ

ଭାରତରେ ଗରିବ ସ୍ୱପ୍ନ ଦେଖିପାରିବେ, ମୁଁ ନିର୍ବାଚିତ ହେବା ଏହାର ପ୍ରମାଣ: ଦ୍ରୌପଦୀ

ନୂଆଦିଲ୍ଲୀ,୨୫ ।୭: ଓଡ଼ିଆ ଆଦିବାସୀ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ସାମ୍ବିଧାନକ ପଦ ରାଷ୍ଟ୍ରପତି ଆସନ ଅଳଙ୍କୃତ କରିଛନ୍ତି । ଦେଶର ୧୫ ତମ ରାଷ୍ଟ୍ରପତି ଭାବେ ସୋମବାର ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏନଭି ରମନା ରାଷ୍ଟ୍ରପତିଙ୍କୁ ପଦ ଓ ଗାପନୀୟତାର ଶପଥ ପାଠ କରାଇଛନ୍ତି । ଦ୍ରୌପଦୀ ମୁର୍ମୁ ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି । ଦେଶର ସର୍ବୋଚ୍ଚ ସାମ୍ବିଧାନକ ପଦରେ ବସିବାରେ ସେ ପ୍ରଥମ ଆଦିବାସୀ ମହିଳା ଓ ସ୍ୱାଧିନ ଭାରତରେ ଜନ୍ମ ନେଇଥିବା ପ୍ରଥମ ରାଷ୍ଟ୍ରପତି । ଏହାସହ ସେ ସର୍ବ କନିଷ୍ଠ ରାଷ୍ଟ୍ରପତି ।
ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପଦର ଶପଥ ନେବା ପରେ ନିଜର ପ୍ରଥମ ଔପଚାରିକ ଅଭିଭାଷଣରେ ଉପସ୍ଥିତ ଥିବା ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷଙ୍କୁ ସମ୍ବୋଧନ କରିଛନ୍ତି । ସେ ତାଙ୍କ ଅଭିଭାଷଣରେ କରୋନା, ଡିଜିଟାଲ, ଶିକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇଥିଲେ ।
ଦ୍ରøପଦୀ ମୁର୍ମୁ ରାଷ୍ଟ୍ରପତି ପଦର ଶପଥ ନେବା ପରେ ସଂସଦର ସେଣ୍ଟ୍ରାଲ ହଲରେ ତାଙ୍କର ପ୍ରଥମ ଔପଚାରିକ ଭାଷଣ ଦେଇଛନ୍ତି । ସେ କହିଛନ୍ତି, ରାଷ୍ଟ୍ରପତି ପଦ ପର୍ଯ୍ୟନ୍ତ ପହଞ୍ଚିବା, ମୋର ବ୍ୟକ୍ତିଗତ ଉପଲବ୍ଧି ନୁହେଁ । ଏହା ଦେଶର ପ୍ରତିଟି ଗରିବଙ୍କ ଉପଲବ୍ଧି । ମୁଁ ଦେଶର ଏମିତି ପ୍ରଥମ ରାଷ୍ଟ୍ରପତି ଯାହାର ଜନ୍ମ ସ୍ୱାଧିନ ଭାରତରେ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସ୍ୱାଧିନତା ସଂଗ୍ରମାମରେ ଆଦିବାସୀଙ୍କ ଯୋଗଦାନର ପ୍ରଶଂସା କରି କହିଛନ୍ତି, ସାନ୍ତାଳ କ୍ରାନ୍ତି, ପାଇକ କ୍ରାନ୍ତିଠାରୁ ନେଇ କୋଇଲା କ୍ରାନ୍ତି ସ୍ୱାଧିନତା ସଂଗ୍ରାମରେ ଆଦିବାସୀଙ୍କ ଯୋଗଦାନକୁ ଆହୁରି ଶସକ୍ତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri