Posted inଖେଳ

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌ ଭଡ଼ା ବୃଦ୍ଧି ପାଇଛି।

ଏପରିକି ରୁମ୍‌ ଭଡ଼ା ୩୦୦ରୁ ୪୦୦ ପ୍ରତିଶତ ବୃଦ୍ଧି ପାଇଛି। ଏ ସମ୍ପର୍କରେ ହୋଟେଲ୍ସ ଆଣ୍ଡ ରେଷ୍ଟୁରାଣ୍ଟ୍ସ ଆସୋସିଏଶନ ଅଫ୍‌ ଗୁଜରାଟ ସଭାପତି ତଥା ହୋଟେଲିଅର ନରେନ୍ଦ୍ର ସୋମାନି କହିଛନ୍ତି, ପୂର୍ବରୁ ଯେଉଁ ରୁମ୍‌ର ମୂଲ୍ୟ ୫ ହଜାର ଥିଲା, ତାହା ଏବେ ୩୦୦ରୁ ୪୦୦% ବୃଦ୍ଧି ପାଇ ୨୦ ହଜାରରେ ପହଞ୍ଚିଛି।

ଫାଇନାଲରେ ଭାରତ ଖେଳୁଥିବାରୁ କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ହୋଟେଲ ରୁମ୍‌ ଚାହିଦା ବୃଦ୍ଧି ପାଇଛି। ଏଥିଯୋଗୁ ଅନଲାଇନରେ ଅନେକ ପ୍ରମୁଖ ହୋଟେଲରେ ରୁମ୍‌ ଭଡ଼ାରେ ବୃଦ୍ଧି ପାଇଥିବା ପରିଲଖିତ ହୋଇଛି। ସିନ୍ଧୁ ଭବନ ରୋଡ୍‌ରେ ଥିବା ତାଜ୍‌ ସ୍କାଇଲାଇନରେ ଏକ ଡିଲକ୍ସ ରୁମ୍‌ର ଭଡ଼ା ରବିବାର ରାତି ପାଇଁ ୨.୦୧ ଲକ୍ଷ ଟଙ୍କା ସହିତ ଜିଏସ୍‌ଟି ବାବଦକୁ ୩୬ ହଜାର ଅଧିକ ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri