Posted inଖେଳ

ଆଇସିସି ଟୁର୍ନମେଣ୍ଟରେ ଭାରତ- ନ୍ୟୁଜିଲାଣ୍ଡ ରେକର୍ଡ

ଦୁବାଇ,୮ା୩: ରବିବାର ଦୁବାଇରେ ଖେଳାଯିବାକୁ ଥିବା ଫାଇନାଲରେ ଭାରତ, ନ୍ୟୁଜିଲାଣ୍ଡକୁ ଭେଟିବାକୁ ଯାଉଛି। ଭାରତ ୨୦୦୨ ସଂସ୍କରଣରେ ଶ୍ରୀଲଙ୍କା ସହିତ ମିଳିତ ଚାମ୍ପିୟନ ହୋଇଥିଲା। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଥର ପାଇଁ ଏହି ଆଇସିସି ଟୁର୍ନାମେଣ୍ଟ ଜିତିବା ଲକ୍ଷ୍ୟରେ ରହିଛି। ନ୍ୟୁଜିଲାଣ୍ଡ ୨୦୦୦ ସଂସ୍କରଣରେ ଚାମ୍ପିୟନ ହୋଇଥିଲା। ସଂଯୋଗର ବିଷୟ ଯେ, ନ୍ୟୁଜିଲାଣ୍ଡ ସେଥର ଫାଇନାଲରେ ଭାରତକୁ ହରାଇଥିଲା। ହେଲେ ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୦୨ ଓ ୨୦୧୩ ସଂସ୍କରଣର ଚାମ୍ପିୟନ ଭାରତ ଏଥର ତୃତୀୟ ଥର ପାଇଁ ଟାଇଟଲ ହାସଲ କରିବାକୁ ଲକ୍ଷ୍ୟ ରଖିଛି।

ଏପର୍ଯ୍ୟନ୍ତ ଆଇସିସି ଟୁର୍ନାମେଣ୍ଟରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୧୬ଟି ମ୍ୟାଚ ଖେଳାଯାଇଛି। ଏଥିରୁ ନ୍ୟୁଜିଲାଣ୍ଡ ୧୦ ମ୍ୟାଚ ଜିତିଥିବା ବେଳେ ଭାରତ ୬ଟି ମ୍ୟାଚ୍‌ରେ ବିଜୟ ହୋଇଛି।

ଆଇସିସି ଟୁର୍ନାମେଣ୍ଟର ନକଆଉଟ ପର୍ଯ୍ୟାୟରେ ମଧ୍ୟ ନ୍ୟୁଜିଲାଣ୍ଡର ପଲା ଭାରି ରହିଛି। ଦୁଇ ଦଳ ନକ୍‌ଆଉଟ ପର୍ଯ୍ୟାୟରେ ୪ ଥର ମୁହାଁମୁହିଁ ହୋଇଛନ୍ତି, ଯେଉଁଥିରୁ ନ୍ୟୁଜିଲାଣ୍ଡ ୩ ଥର ବାଜି ମାରିଥିବା ବେଳେ ଭାରତ କେବଳ ଥରେ ବିଜୟ ସ୍ବାଦ ଚାଖିଛି।

ଅନ୍ତିମ ଥର ୨୦୨୩ ବିଶ୍ୱକପ ସେମିଫାଇନାଲରେ ଦୁଇ ଦଳ ପରସ୍ପରକୁ ଭେଟିଥିଲେ। ଏହି ହାଇ ସ୍କୋରିଂ ମ୍ୟାଚରେ ଭାରତ ବିଜୟୀ ହୋଇଥିଲା। ଏଥିପୂର୍ବରୁ ୨୦୨୧ ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ, ୨୦୧୯ ଦିନିକିଆ ବିଶ୍ୱକପ ସେମିଫାଇନାଲ ଓ ୨୦୦୦ ଆଇସିସି ନକଆଉଟ ଟୁର୍ନାମେଣ୍ଟର ଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ଭାରତ ପରାଜିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri