Posted inଜାତୀୟ

କିଏ ସେହି ଡାନିସ୍‌ ଅନ୍‌ସାରୀ? ଏକମାତ୍ର ମୁସଲମାନ୍‌ ଯାହାକୁ ମିଳିଲା ମନ୍ତ୍ରୀପଦ

ଲକ୍ଷ୍ନୌ,୨୫।୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ କ୍ରମାଗତ ଦ୍ୱିତୀୟ ଥର ପାଇଁ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ଯୋଗୀଙ୍କ ୨.୦ ସରକାରରେ ପୂର୍ବଭଳି ୨ ଉପମୁଖ୍ୟମନ୍ତ୍ରୀ ରହିବେ। ଏହାଛଡ଼ା ତାଙ୍କ ଟିମ୍‌ରେ ୫୨ ସଦସ୍ୟ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୮ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଯୋଗୀଙ୍କ ମନ୍ତ୍ରୀମଣ୍ଡଳରେ ୫ଜଣ ମହିଳାଙ୍କୁ ମନ୍ତ୍ରୀପଦ ମିଳିଥିବା ବେଳେ ଏକମାତ୍ର ମୁସଲମାନ ଭାବେ ଡାନିସ୍‌ ଆଜାଦ ଅନ୍‌ସାରୀ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି।

ଚଳିତ ବର୍ଷ ବିଧାନସଭା ନିର୍ବାଚନରେ ଭାଜପା ପକ୍ଷରୁ କୌଣସି ମୁସଲମାନଙ୍କୁ ପ୍ରାର୍ଥୀ କରାଯାଇ ନ ଥିଲା। ହେଲେ ଦଳ ଜିତିବା ପରେ ଏବେ ଅନ୍‌ସାରୀଙ୍କୁ ମନ୍ତ୍ରୀ କରାଯାଇଛି। ସେ ନିର୍ବାଚନ ଲଢ଼ି ନ ଥିଲେ ହେଁ ତାଙ୍କୁ ସୁଯୋଗ ମିଳିଛି।

ଛାତ୍ରାବସ୍ଥାରୁ ଏବିଭିପି ସହ ଯୋଡ଼ି ହୋଇଥିଲେ ଅନ୍‌ସାରୀ। ସେ ଏବେ ଭାଜପାର ସଂଖ୍ୟାଲଘୁ ମୋର୍ଚ୍ଚାର ସାଧାରଣ ସମ୍ପାଦକ ଅଛନ୍ତି। ଏଥିଯୋଗୁ ତାଙ୍କୁ ମନ୍ତ୍ରୀପଦ ଦିଆଯାଇଥିବା କୁହାଯାଉଛି।

୪୦୩ ଆସନ ବିଶିଷ୍ଟ ୟୁପି ବିଧାନସଭାରେ ଭାଜପା ନେତୃତ୍ୱାଧୀନ ମେଣ୍ଟକୁ ୨୭୩ ଆସନ ମିଳିଥିଲା। କେବଳ ଭାଜପା ୨୫୫ ଆସନରେ ଜିତିଥିବାବେଳେ ସହଯୋଗୀ ଅପ୍‌ନା ଦଳ (ଏସ୍‌) ଏବଂ ନିଶାଦ ପାର୍ଟିକୁ ୧୮ଟି ଆସନ ମିଳିଥିଲା। କ୍ରମାଗତ ଦ୍ୱିତୀୟ ଥର ନିର୍ବାଚନ ଜିତି ଉତ୍ତରପ୍ରଦେଶରେ ସରକାର ଗଢ଼ିବା ୪ ଦଶନ୍ଧି ମଧ୍ୟରେ ପ୍ରଥମ ଘଟଣା।

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri